ନୂଆଦିଲ୍ଲୀ: ଦିଲ୍ଲୀର ଆମ୍ ଆଦ୍ମୀ ପାର୍ଟି ସରକାର ଶ୍ରମିକଙ୍କ ମଜୁରୀ ବଢ଼ାଇବା ନିଷ୍ପତ୍ତି କାର୍ଯ୍ୟକାରୀ କରିବାରେ ଡେରି କରିବାକୁ ଚାହୁଁ ନାହାନ୍ତି। ସେପ୍ଟେମ୍ୱର ୧ ତାରିଖରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତଲାକଟେରା ଷ୍ଟାଡିୟମ୍ରେ ଏ ନେଇ ଶ୍ରମିକଙ୍କୁ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ୧୦୦୦ରୁ ଊର୍ଦ୍ଧ୍ୱ ଶ୍ରମିକ ଯୋଗଦେବେ ବୋଲି ଆଶା କରାଯାଉଛି।
ଶ୍ରମମନ୍ତ୍ରୀ ଗୋପାଲ ରାୟ କହିଛନ୍ତି, “ମୋର କେନ୍ଦ୍ରୀୟ ଟ୍ରେଡ୍ ୟନିୟନ୍ କର୍ମକର୍ତ୍ତାଙ୍କ ସହିତ ସାକ୍ଷାତ ଆଲୋଚନା ହୋଇଛି। ସର୍ବନିମ୍ନ ମଜୁରୀ ୨୦ ହଜାର ଟଙ୍କା କରିବାକୁ ସେମାନେ ଦାବି କରୁଛନ୍ତି। ଏ ନେଇ ଟ୍ରେଡ୍ ୟନିୟନ୍ କର୍ମକର୍ତ୍ତା କେନ୍ଦ୍ର ସରକାରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଉପରାଜ୍ୟପାଳ ନଜୀବ ଜଙ୍ଗଙ୍କ ସହ ମଧ୍ୟ ଏ ନେଇ ମୁଁ ଆଲୋଚନା କରିଛି। ଚଳିତ ସପ୍ତାହରେ ସେ ସର୍ବନିମ୍ନ ମଜୁରୀକୁ ନେଇ ନିଷ୍ପତ୍ତି ନେବେ ବୋଲି ମୋତେ କହିଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।