ନୂଆଦିଲ୍ଲୀ: ଅଗଷ୍ଟା ୱେଷ୍ଟଲାଣ୍ଡ୍ ଦୁର୍ନୀତି ମାମଲାରେ ଆଜି ପୂର୍ବତନ ବାୟୁସେନା ମୁଖ୍ୟ ଏସ୍.ପି. ତ୍ୟାଗୀ ସିବିଆଇ ନିକଟରେ ହାଜର ହୋଇଥିଲେ। ୩,୬୦୦ କୋଟି ଟଙ୍କାର ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ପଚରାଉଚରା କରିଥିଲା। ପୂର୍ବରୁ ୨୦୧୩ ମସିହାରେ ସିବିଆଇ ତ୍ୟାଗୀ ଓ ପୂର୍ବତନ ବାୟୁସେନା ଉପମୁଖ୍ୟ ଜେ.ଏସ୍. ଗୁଜରାଲଙ୍କୁ ଜେରା କରିଥିଲା।
ଗତ ୭ ତାରିଖରେ ଇଟାଲୀର ଏକ କୋର୍ଟ ଏହି ଦୁର୍ନୀତି ମାମଲାରେ ତ୍ୟାଗୀଙ୍କ ନାଁ ନେବା ପରେ ସିବିଆଇ ତାଙ୍କୁ ପଚରାଉଚରା ଲାଗି ଡାକିଥିଲା। ଏହି ଦୁର୍ନୀତି ଘଟଣାରେ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ତ୍ୟାଗୀ, ତାଙ୍କ ସମ୍ପର୍କୀୟ ଭାଇ ଏବଂ ୟୁରୋପୀୟ ମଧ୍ୟସ୍ଥିଙ୍କ ସମେତ ୧୩ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଘଟଣାରେ ତ୍ୟାଗୀଙ୍କ ଭାଇମାନେ କୋଟି କୋଟି ଟଙ୍କାର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।