ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ସାଂସଦ ଅହମଦ ପଟେଲ (୭୧) ଗୁରୁତର ହୋଇପଡ଼ିଛନ୍ତି। ଏବେ ସେ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ସେ କରୋନାରେ ସଂକ୍ରମିତ ହୋଇଥିଲେ। ଅକ୍ଟୋବରରେ ଏ ନେଇ ସେ ଟ୍ୱିଟ୍ କରି କହିଥିଲେ। ଏବେ ସେ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ତାଙ୍କ ପରିବାର ଲୋକେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଅହମଦ ପଟେଲଙ୍କ ପୁଅ ଫୈଜଲ ଟ୍ୱିଟ୍ କରି କହିଛନ୍ତି, ତାଙ୍କ ବାପା କିଛି ଦିନ ହେବ କରୋନାରେ ସଂକ୍ରମିତ ହୋଇଥିଲେ। ଏବେ ସେ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏକ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛି।
https://twitter.com/AnandSharmaINC/status/1327907352570314752
ଦଳର ଅନ୍ୟ ନେତା ଆନନ୍ଦ ଶର୍ମା, ଅଭିଷେକ ସିଂହଭି, ତରୁଣ ଗୋଗୋଇ ଆଦି ନେତା ଭଗବାନଙ୍କ ନିକଟରେ ଅହମଦଙ୍କ ଆରୋଗ୍ୟ କାମନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...