ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ସବୀର ଶାହ ଶନିବାର ନୂଆଦିଲ୍ଲୀରେ ପହଞ୍ଚିବା ମାତ୍ରେ ତାଙ୍କୁ ପୋଲିସ ହେପାଜତକୁ ନେଇଛି। ଶାହ ଦିନ ପ୍ରାୟ ୧୨ଟା ୪୫ ମିନିଟରେ ଇଣ୍ଡିଗୋର ଏକ ବିମାନରେ ଶ୍ରୀନଗରରୁ ଆସି ନୂଆଦିଲ୍ଲୀରେ ପହଞ୍ଚିଥିଲେ। ତେବେ ତାଙ୍କୁ ବିମାନବନ୍ଦର ବାହାରକୁ ଆସିବାକୁ ଦିଆଯାଇ ନ ଥିଲା। ଶାହ ଓ ତାଙ୍କ ସହିତ ଆସିଥିବା ଆଉ ଦୁଇଜଣଙ୍କୁ ପୋଲିସ ହେପାଜତକୁ ନେଇଥିଲେ। ପାକିସ୍ତାନର ଜାତୀୟ ସୁରକ୍ଷା ପରାମର୍ଶଦାତା ସରତାଜ୍ ଅଜିଜ୍ ଆସନ୍ତାକାଲି ଭାରତ ଆସିବାକୁ ଥିବାବେଳେ ତାଙ୍କୁ ସାକ୍ଷାତ କରିବାକୁ ଶାହ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ପୁଣି ଶ୍ରୀନଗର ଫେରାଇ ଦିଆଯିବ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ସରତାଜଙ୍କ ସହିତ ସାକ୍ଷାତ ଆଲୋଚନା କରିବାକୁ ବିଚ୍ଛିନ୍ନତାବାଦୀ ନେତାଙ୍କୁ ପାକିସ୍ତାନ ନୂଆଦିଲ୍ଲୀ ଆମନ୍ତ୍ରଣ କରିଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ବିବାଦ ଦେଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।