ବୁଲନ୍ଦସହର, ୟୁପି: ରାସ୍ତା କଡ଼ରେ ଶୋଇଥିବା ବେଳେ ବସ୍ ମାଡ଼ି ଯିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ବୁଲନ୍ଦ ସହର ଜିଲ୍ଲାର ଗଙ୍ଗାଘାଟରେ ଆଜି ସକାଳେ ଘଟିଛି ଏହି ଅଭାବନୀୟ ଘଟଣା।
ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଥିବାବେଳେ ୩ ଜଣ ଛୋଟ ଛୁଆ ଅଛନ୍ତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶର ହଥରାସର ବାସିନ୍ଦା। ଗଙ୍ଗା ନଦୀରେ ବୁଡ଼ ପକାଇବା ପାଇଁ ନରଉର ଘାଟକୁ ଆସିଥିଲେ। ଘରକୁ ଫେରିବା ପୂର୍ବରୁ ଗଙ୍ଗାଘାଟରେ ରାସ୍ତା କଡ଼ରେ ଏମାନେ ବିଶ୍ରାମ ନେବାକୁ ଯାଇ ଶୋଇ ପଡ଼ିଥିଲେ।
ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ମୃତକମାନଙ୍କ ଶବକୁ ପୁଲିସ୍ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ଏହା ସହିତ ପୁଲିସ୍ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣା ଘଟାଇଥିବା ବସ୍ଟି ଏକ ଘରୋଇ ବସ୍ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।