ରାୟପୁର: ଛତିଶଗଡ଼ର ବସ୍ତର ଜିଲ୍ଲାରେ ପୁଲିସ୍ ଏନ୍କାଉଣ୍ଟରରେ ୭ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି। ଆଜି ଅପରାହ୍ଣ ୪ଟା ବେଳେ ବସ୍ତର ଅଞ୍ଚଳର ତିରିୟା ଗାଁରେ ଏହି ଏନ୍କାଉଣ୍ଟର କରାଯାଇଥିବା ସୂଚନା ଦେଇଛନ୍ତି ପୁଲିସ୍ ଡିଆଇଜି (ନକ୍ସଲ ନିରୋଧୀ) ସୁନ୍ଦରରାଜ ପି। ମୃତ ନକ୍ସଲଙ୍କ ମଧ୍ୟରେ ୩ ଜଣ ମହିଳା ଥିଲେ।
ଛତିଶଗଡ଼ ପୁଲିସ୍ର ଜିଲ୍ଲା ରିଜର୍ଭ ଗାର୍ଡ ଏବଂ ସ୍ପେଶାଲ ଟାସ୍କ ଫୋର୍ସର ନକ୍ସଲ ବିରୋଧୀ ଅଭିଯାନ ସମୟରେ ନକ୍ସଲ ଏବଂ ପୁଲିସ୍ଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।
ଏହାର ୪ ଦିନ ପୂର୍ବରୁ ସୁକ୍ମାଠାରେ ଜଣେ ଦୁର୍ଦ୍ଦାନ୍ତ ନକ୍ସଲ ନିହତ ହୋଇଥିଲା। ତାକୁ ଧରିବା ପାଇଁ ପୁଲିସ୍ ପକ୍ଷରୁ ୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।