[caption id="attachment_47667" align="alignleft" width="255"] ପିଟର ମୁଖାର୍ଜୀ[/caption]
ମୁମ୍ବାଇ: ବହୁଚର୍ଚ୍ଚିତ ଶୀନା ବୋରା ହତ୍ୟା ମାମଲାରେ ଗିରଫ ପୂର୍ବତନ ମିଡିଆ ବାରୋନ୍ ପିଟର ମୁଖାର୍ଜୀଙ୍କୁ ରିମାଣ୍ଡରେ ନେଲା ସିବିଆଇ। ଗତକାଲି ରାତିରେ ସିବିଆଇ ତାଙ୍କୁ ଗିରଫ କରିଥିଲା। ଆଜି ପିଟରଙ୍କୁ ମୁମ୍ୱାଇର ଏକ କୋର୍ଟରେ ହାଜର କରି ରିମାଣ୍ଡରେ ନେବା ଲାଗି ଆବେଦନ କରିଥିଲା ଏହି କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି। ତେବେ କୋର୍ଟ ତାଙ୍କୁ ସୋମବାର ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି। ଶୀନାଙ୍କ ହତ୍ୟା ଷଡଯନ୍ତ୍ରରେ ପିଟର ମଧ୍ୟ ସାମିଲ ଥିଲେ ଏବଂ ସେ ଏଥିରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ ବୋଲି ସିବିଆଇ ଓକିଲ ଅଦାଲତଙ୍କୁ ଜଣାଇଛନ୍ତି। ହତ୍ୟା ସମୟରେ ଓ ପରେ ପିଟର, ନିଜ ପତ୍ନୀ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ସହ ଲଗାତର ଯୋଗାଯୋଗରେ ଥିଲେ ବୋଲି ସିବିଆଇ ଜଣାଇଛି । ଶୀନାଙ୍କୁ ହତ୍ୟା କରି ମୃତଦେହ ନଷ୍ଟ କରିବା ଅଭିଯୋଗରେ ପୋଲିସ ଇନ୍ଦ୍ରାଣୀ, ତାଙ୍କ ପୂର୍ବତନ ସ୍ୱାମୀ ସଞ୍ଜୀବ ଖାନ୍ନା ଓ ଡ୍ରାଇଭର ଶ୍ୟାମ ରାୟଙ୍କୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।