ନୂଆଦିଲ୍ଲୀ: ଗତକାଲି ସିଆଚେନ୍ ଗ୍ଲାସିଅରରେ ଦେଶର ଯବାନମାନେ ପାଟ୍ରୋଲିଂ କରୁଥିବା ବେଳେ ବରଫ ଅତଡ଼ା ଖସିଥିଲା। ଏହି ଘଟଣାରେ ୪ ଯବାନ ଶହୀଦ ହୋଇଛନ୍ତି। ଦୁଇ ସ୍ଥାନୀୟ ନାଗରିକଙ୍କର ମଧ୍ୟ ମୃତ୍ୟୁ ଘଟିଛି।
ଗତକାଲି ଅପରାହ୍ନ ୩ଟା ବେଳେ ଭୂପୃଷ୍ଠରୁ ୧୮ ହଜାର ଫୁଟ୍ ଉପରେ ଏହି ଅଘଟଣ ଘଟିଛି। ବରଫ ଅତଡ଼ା ଖସିବାରୁ ୮ ଜଣ ଯବାନ ଫଶି ଯାଇଥିଲେ। ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣ ଯବାନ ଶହୀଦ ହୋଇଛନ୍ତି। ଏବେ ମୋଟ ୭ ଜଣ ଉଭୟ ଯବାନ ଏବଂ ସାଧାରଣ ନାଗିରକଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କର ଚିକିତ୍ସା ଚାଲିଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀ ମାସରେ ୩୫ ଫୁଟର ବରଫ ଅତଡ଼ା ତଳେ ୧୦ ଜଣ ଆର୍ମି ଯବାନ ଫସି ଯାଇଥିଲେ। ଫଳରେ ସମସ୍ତଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।