ଇସଲାମାବାଦ: ସୀମାରେ କିଛିଦିନ ହେବ ପାକିସ୍ତାନୀ ସେନାଙ୍କ ଗୁଳିବର୍ଷଣ ଯୋଗୁଁ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି। ଏଭଳି ସମୟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଦୁଇ ଦେଶର ସମ୍ପର୍କରେ ଉନ୍ନତି ଆଣିବା ଲାଗି ଆମ୍ୱ କୂଟନୀତି ଆରମ୍ଭ କରିଛନ୍ତି। ଇଦ୍ ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଆମ୍ୱ ପେଟି ପଠାଇଛନ୍ତି। ସରିଫଙ୍କ ପକ୍ଷରୁ ମଧ୍ୟ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ଆମ୍ୱ ପଠାଯାଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିତୀୟ ଥର ଲାଗି ଆମ୍ୱ କୂଟନୀତି ହୋଇଛି। ଗତବର୍ଷ ଦୁଇଦେଶ ମଧ୍ୟରେ ଆମ୍ୱ ଆଦାନ ପ୍ରଦାନ ହୋଇଥିଲା। ଇଦ୍ ଅବସରରେ ବିଏସ୍ଏଫ୍ ପକ୍ଷରୁ ପ୍ରଦାନ କରାଯାଇଥିବା ମିଠାକୁ ପାକିସ୍ତାନ ଫେରାଇ ଦେଇଥିଲା। ଏବେ ସରିଫ ଆମ୍ୱ ପଠାଇଛନ୍ତି। ସରିଫଙ୍କ ଏହି କୂଟନୀତି କେତେ ସଫଳ ହେଉଛି ତାହା ଦେଖିବାକୁ ବାକି ରହିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଭିଡ଼କୁ ହଟାଇବା ପାଇଁ ପୁଲିସ ଲୁହ ବୁହା ଗ୍ୟାସ୍ ପ୍ରୟୋଗ କରିବା ସହ ଲାଠି ଚାର୍ଜ ମଧ୍ୟ କରିଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।