ନୂଆଦିଲ୍ଲୀ: ପିଟର ମୁଖାର୍ଜୀ ଶୀନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଷଡଯନ୍ତ୍ରକାରୀ ବୋଲି ସିବିଆଇ ଦାବି କରିଛି। ପିଟର ମୁଖାର୍ଜୀ ଶୀନାଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ। ସିବିଆଇ ପିଟର ମୁଖାର୍ଜୀଙ୍କୁ ପଚରାଉଚରା କରିବା ପରେ ଏହି ସୂଚନା ଦେଇଛି। ପିଟର ହିଁ ସେମାନଙ୍କ ଜୀବନରୁ ଶୀନାଙ୍କୁ ହଟାଇବା ପାଇଁ ଷଡଯନ୍ତ୍ର କରି ଇନ୍ଦ୍ରାଣୀଙ୍କ ଦ୍ୱାରା ହତ୍ୟା କରାଇଥିଲେ।
ପିଟର ହତ୍ୟାକାଣ୍ଡର ପ୍ରମାଣକୁ ନଷ୍ଟ କରିଥିବା ନେଇ ସିବିଆଇ ତାଙ୍କୁ ଦୋଷୀ ମାନୁଛି। ଏହି କାରଣରୁ ସିବିଆଇ ତାଙ୍କ ବିରୋଧରେ ବିଶ୍ୱାସଘାତକତା ଓ ଷଡଯନ୍ତ୍ରକାରୀ ମାମଲା ରୁଜୁ କରିଛି।
ପିଟରଙ୍କ ସିବିଆଇ ରିମାଣ୍ଡ ୩୦ ନଭେମ୍ବର ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ସିବିଆଇ ସ୍ପେଶାଲ କୋର୍ଟ ଏହି ରାୟ ଦେଇଛନ୍ତି। ଏହି ସମୟ ମଧ୍ୟରେ ସିବିଆଇ ପିଟରଙ୍କ ଲାଏ ଡିଟେକ୍ଟର ଟେଷ୍ଟ କରିବାକୁ ଚାହିଁଛନ୍ତି। ଏହାସହ ୭ଟି କମ୍ପାନୀର ଟଙ୍କା ପିଟରଙ୍କ ସିଙ୍ଗାପୁର ଆକାଉଣ୍ଟକୁ ଟ୍ରାନ୍ସଫର ହେବା ଘଟଣାର ଯାଞ୍ଚ ମଧ୍ୟ କରାଯିବ। ଗୁରୁବାର ପିଟରଙ୍କ ସିବିଆଇ ଅବଧି ସରିଥିଲା। ତାଙ୍କୁ ସିବିଆଇ ସ୍ପେଶାଲ କୋର୍ଟରେ ହାଜର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।