ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଶୀନା ବୋରା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ମୁମ୍ୱାଇ ଜେଜେ ହସ୍ପିଟାଲରେ ଇନ୍ଦ୍ରାଣୀଙ୍କ ଚିକିତ୍ସା ଚାଲିଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବାରୁ ତାଙ୍କୁ ଅକ୍ସିଜେନରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସି ନଥିବା ଡାକ୍ତର କହିଛନ୍ତି।
ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଗତକାଲି ଇନ୍ଦ୍ରାଣୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ରାଧିକ ଔଷଧ ସେବନ ଯୋଗୁଁ ଇନ୍ଦ୍ରାଣୀ ଅସୁସ୍ଥ ହୋଇପଡ଼ିଥିବା ସନ୍ଦେହ କରାଯାଉଛି। ସେହି ଭିତ୍ତିରେ ତାଙ୍କର ଚିକିତ୍ସା ଚାଲିଛି।
ଜେଲ୍ ବିଭାଗ ଆଇଜି କହିଛନ୍ତି ଇନ୍ଦ୍ରାଣୀ କୌଣସି ଏକ ରୋଗ ପାଇଁ ସକାଳେ ଓ ସଂଧ୍ୟାରେ ଜେଲ୍ କର୍ତ୍ତୃପକ୍ଷଙ୍କ ତତ୍ତ୍ୱାବଧାନରେ ଔଷଧ ସେବନ କରିଥାନ୍ତି। ତେବେ ମାତ୍ରାଧିକ ଔଷଧ ସେବନ ସଂପର୍କରେ ଜେଲ୍ କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରାଯିବ। ସେପେଟେ ଇନ୍ଦ୍ରାଣୀଙ୍କ ଅସୁସ୍ଥତାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।