ଶ୍ରୀନଗର: ହିଜବୁଲ୍ କମାଣ୍ଡର ବୁରହାନ୍ ୱାନିଙ୍କ ମୃତ୍ୟୁପରେ ଘାଟିରେ ଲାଗି ରହିଥିବା ହଂସା ଥମିବାର ନାଁ ନେଉ ନାହିଁ। ୫୮ ଦିନରେ କାଶ୍ମୀରର କେତେକ ଅଞ୍ଚଳରେ କର୍ଫ୍ୟୁ ଜାରି ରହିଛି। ହିଂସାରେ ମୃତ୍ୟୁ ଘଟିଥିବା ଲୋକଙ୍କ ସଂଖ୍ୟା ୭୩ରେ ପହଞ୍ଚିଛି। ଆଜି ଶୋପିୟାରେ ଆନ୍ଦୋଳନକାରୀମାନେ ମିନି ସଚିବାଳୟରେ ନିଆଁ ଲଗାଇ ଦେଇଛନ୍ତି। ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହେବାରୁ ପ୍ରାୟ ୨୦ ଜଣ ଲୋକ ଆହତ ହୋଇଛନ୍ତି।
ଗତିକାଲି ଅନନ୍ତନାଗ ଜିଲ୍ଲାର କାଜିଗୁଡ଼ାର ବେସୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଧସ୍ତାଧସ୍ତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦୦ ଆନ୍ଦୋଳନକାରୀ ଆହତ ହୋଇଥିଲେ।
ଗୃହମନ୍ତ୍ରୀ ରାଜନାଥ ସିଂହ ଅଧ୍ୟକ୍ଷତାରେ ସର୍ବଦଳୀୟ ପ୍ରତିନିଧି ଦଳ ଆଜି କାଶ୍ମୀରରେ ପହଞ୍ଚିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।