ବେରୁତ୍: ସିରିଆ ସରକାରଙ୍କ ପକ୍ଷରୁ ଆଇଏସଆଇଏସ୍ ଆତଙ୍କବାଦୀଙ୍କୁ ଦମନ କରିବାକୁ ଚାଲିଥିବା ସାମରିକ ଅଭିଯାନ କାରଣରୁ ଦେଶରେ ହଜାର ହଜାର ଲୋକ ବିସ୍ଥାପିତ ହୋଇଛନ୍ତି। ରୁଷର ବିମାନ ଆକ୍ରମଣରେ ବର୍ତ୍ତମାନ ସୁଦ୍ଧା ୩୭୦ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।
ଏଲେପ୍ପୋ ସହରର ଦକ୍ଷିଣ ଭାଗରୁ ଲୋକ ସୁରକ୍ଷିତ ସ୍ଥାନକୁ ପଳାୟନ କରୁଛନ୍ତି। ସିରିଆର ସେନା ବାହିନୀ ଓ ରୁଷର ବାୟୁ ସେନା ଏହି ଅଞ୍ଚଳରେ ନିଜର ଅଭିଯାନକୁ ତୀବ୍ର କରିଛି। ଜାତିସଂଘ ପକ୍ଷରୁ କୁହାଯାଇଛି ଯେ ଏଲେପ୍ପୋର ଦକ୍ଷିଣାଞ୍ଚଳରୁ ପ୍ରାୟ ୩୫ ହଜାର ଲୋକ ବିସ୍ଥାପିତ ହୋଇ ସାରିଲେଣି।
ଆମେରିକାର ଓ ଅନ୍ୟ କିଛି ପ୍ରମୁଖ ରାଷ୍ଟ୍ରଙ୍କ ଭିନ୍ନମତ ସତ୍ତ୍ୱେ ସେପ୍ଟେମ୍ବର ୩୦ରୁ ରୁଷ ସିରିଆରେ ବିମାନ ଦ୍ୱାରା ଆକ୍ରମଣ ଆରମ୍ଭ କରିଛି। ରୁଷର ବିମାନ ଆକ୍ରମଣ ଅଭିଯାନ ଚତୁର୍ଥ ସପ୍ତାହରେ ପହଞ୍ଚିବା ବେଳେ ମସ୍କୋ ଓ ୱାଶିଂଟନରେ ଘୋଷଣା କରିଛନ୍ତି ଯେ ସିରିଆ ଉପରେ ବିମାନ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସହମତି ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।