ଶ୍ରୀନଗର: ଆଜି ପୁଣି ପାକିସ୍ତାନ ଜମ୍ମୁ କଶ୍ମୀରର ରଜୌରୀ ଜିଲ୍ଲାର ନୌଶେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ସହିଦ ହୋଇଛନ୍ତି ଲାନ୍ସ ନାୟକ ସନ୍ଦୀପ ଥପ୍ପା। ୩୫ ବର୍ଷୀୟ ଏହି ସହିଦ ଯବାନ ଦୀର୍ଘ ୧୫ ବର୍ଷ ତଳେ ଇଣ୍ଡିଆନ୍ ଆର୍ମିରେ ଯୋଗ ଦେଇଥିଲେ। ତାଙ୍କ ଘର ଉତ୍ତରାଖଣ୍ଡର ଡେରାଡୁନ ବୋଲି ଜଣାପଡ଼ିଛି। ସେ ଗୁଳି ବାଜି ଗୁରୁତର ଆହତ ହୋଇଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
https://twitter.com/ANI/status/1162628045750112257
ଆଜି ସକାଳ ସାଢ଼େ ୬ଟା ବେଳେ ସୀମାରେ ପାକିସ୍ତାନ ପଟୁ ପ୍ରବଳ ଗୁଳିମାଡ଼ ହୋଇଥିଲା। ଯାହାର ଦୃଢ଼ ଜବାବ ଦେଇଛି ଭାରତ ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟିବା ପରେ ପାକିସ୍ତାନ ଅନେକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିସାରିଛି। ଅଗଷ୍ଟ ୧୫ରେ ଭାରତୀୟ ସେନା ପାକିସ୍ତାନର ୩ ଯବାନଙ୍କ ମୁଣ୍ଡ ଗଡ଼ାଇଥିଲେ। ଏହା ପୂର୍ବରୁ ୫ରୁ ୭ ସୀମା ଅନୁପ୍ରବେଶକାରୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାରତୀୟ ଯବାନ। ଶେଷରେ ମୃତ ଅନୁପ୍ରବେଶକାରୀଙ୍କ ଶବ ମଧ୍ୟ ପାକିସ୍ତାନ ନେଇନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।