ରାୟପୁର: ମଙ୍ଗଳବାର ସିଆରପିଏଫର ଏକ ଟିମ୍ ଜଣେ ଗର୍ଭବତୀଙ୍କୁ ଖଟିଆରେ ୬ କି.ମି ବୋହି ନେଇ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି। ଏବେ ଗର୍ଭବତୀଜଣଙ୍କ ଛତିଶଗଡ଼ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
ଛତିଶଗଡ଼ ବିଜପୁର ଜିଲ୍ଲାର ପଦେଦା ଗାଁରେ ସିଆରପିଏଫ ଯବାନମାନେ ମଙ୍ଗଳବାର ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଗାଁ ଲୋକମାନେ ଯବାନଙ୍କୁ ଜଣେ ଗର୍ଭବତୀଙ୍କ ବାବଦରେ ଖବର ଦେଇଥିଲେ। ବିଜାପୁର ଜିଲ୍ଲା ପଦେଦା ଗାଁର ବୋଦି ନାମ୍ନୀ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ପାଟ୍ରୋଲିଂ ଟିମ୍ ପାଖରେ ଯଦିଓ କିଛି ଔଷଧ ଥିଲା, ହେଲେ ଏହି ଯନ୍ତ୍ରଣାକୁ ଲାଘବ କରିବା ପାଇଁ ଯଥେଷ୍ଟ ନଥିଲା।
ଏହାପରେ ଯବାନମାନେ ତାଙ୍କୁ ଖଟିଆରେ ବୋହି ବୋହି ନେଇଥିଲେ। ମାଟି ଭର୍ତ୍ତି ଅଣ ଓସାରିଆ ରାସ୍ତାରେ ଯବାନମାନେ ୬ କିଲୋମିଟର ପର୍ଯ୍ୟନ୍ତ ଗର୍ଭବତୀଙ୍କୁ ଖଟିଆରେ ବୋହି ଆଣିବା ପରେ ଆମ୍ୱୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ବୋଦିଙ୍କୁ ଏବେ ଅବଜରଭେସନରେ ରଖାଯାଇଥିବା କହିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।