ଅହମ୍ମଦାବାଦ: ମୁମ୍ବାଇ ବିମାନବନ୍ଦର ପରେ ଗୁଜରାଟରେ ଥିବା ପ୍ରସିଦ୍ଧ ସୋମନାଥ ମନ୍ଦିରରକୁ ଆକ୍ରମଣ କରିବାକୁ ଆତଙ୍କବାଦୀମାନେ ଧମକ ଦେଇଛନ୍ତି । ମନ୍ଦିର ଉଡାଇ ଦେବାକୁ ଦେଇଛନ୍ତି ଧମକ। ମନ୍ଦିର ଟ୍ରଷ୍ଟକୁ ଏନେଇ ମିଳିଛି ଧମକପୂର୍ଣ୍ଣ ଚିଠି। ଚିଠି ଲେଖାଯାଇଛି ଗୁଜରାଟି ଭାଷାରେ। ଚିଠିର ପ୍ରେରକରେ ଇଣ୍ଡିଆନ୍ ମୁଜାହିଦ୍ଦିନ ବୋଲି ଲେଖାଯାଇଛି। ଏହି ଚିଠି ମିଳିବା ପରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ତୁରନ୍ତ ପୋଲିସକୁ ସୂଚନା ଦିଆଯାଇଥିଲା । ସୂଚନା ପାଇବା ପରେ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମନ୍ଦିର ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି। ବୋମା ନିଷ୍କ୍ରିୟକାରୀ ଦଳ ମନ୍ଦିର ମଧ୍ୟରେ ତନ୍ନ ତନ୍ନ କରି ଯାଞ୍ଚ କରିଥିଲେ । ତେବେ ସେପରି କିଛି ଆପତ୍ତିଜନକ ସାମଗ୍ରୀ ମିଳି ନ ଥିଲା।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଗତ ମଙ୍ଗଳବାର ଆତଙ୍କବାଦୀମାନେ ମୁମ୍ୱାଇ ଡୋମେଷ୍ଟିକ୍ ଏୟାରପୋର୍ଟ, ଅନ୍ତର୍ଜାତୀୟ ଏୟାରପୋର୍ଟ ସମେତ ତାଜ୍ ହୋଟେଲ୍ ନିକଟରେ ୫ଟି ଗାଡ଼ି ବିସ୍ଫୋରଣ କରିବାକୁ ଧମକ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।