ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ବାରାମୁଲ୍ଲା ଜିଲ୍ଲାରେ ଅଘଟଣ। ବିସ୍ଫୋରଣରେ ଜମ୍ମୁ କାଶ୍ମୀର ପୋଲିସର ୪ ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି। ଏଥିସହ ୨ଜଣ ପୋଲିସ ଗୁରୁତର ଆହତ ହୋଇଛନ୍ତି। ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୋପୋର ଟାଉନରେ ସର୍ଚ୍ଚ ଅପରେସନ କରାଯାଉଥିବା ବେଳେ ଆଇଇଡି ବିସ୍ଫୋରଣ ହୋଇଥିଲା। ବିସ୍ପୋରଣର ମାତ୍ରା ଏତେ ଅଧିକ ଥିଲା ଯେ ସେଠାରେ ଥିବା ୩ଟି ଦୋକାନ ପୂରା ଧ୍ୱଂସ ହୋଇଯାଇଛି। ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି। ବିସ୍ଫୋରଣ ପରେ ପୂରା ସୋପର ସହରକୁ କର୍ଡନ କରି ସର୍ଚ୍ଚ ଅପରେସନ କରାଯାଉଛି।
ଗତକାଲି ସୀମାରେ ବିସ୍ପୋରକ ସାମଗ୍ରୀ ଥିବା ଖବର ପାଇ ସେନା ଓ ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଅପରେସନ ବେଳେ କିଛି ବିସ୍ଫୋରକ ଓ ବୋମାକୁ ସେନା ନିଷ୍କ୍ରିୟ କରିଥିଲା। କିଛିଦିନ ତଳେ ଆତଙ୍କବାଦୀଙ୍କ ଆକ୍ରମଣରେ ପୁଲୱାମାର ସିଆରପିଏଫ୍ ଟ୍ରେନିଂ ସେଣ୍ଟରରେ ଓଡ଼ିଆ ଯବାନ ପ୍ରଦୀପ ପଣ୍ଡାଙ୍କ ସହ ୫ଜଣ ସହିଦ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।