ନୂଆଦିଲ୍ଲୀ: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ପରିବାର ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗାଙ୍ଗୁଲିଙ୍କ ବଡ଼ ଭାଇ ତଥା ପୂର୍ବତନ କ୍ରିକେଟର ଏବଂ ବେଙ୍ଗଲ କ୍ରିକେଟ୍ ଆସୋସିଏସନର ସଚିବ ସ୍ନେହାଶିଷ ଗାଙ୍ଗୁଲି କରୋନାରେ ସଂକ୍ରମିତ ହୋଇଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଏହି ସୂଚନା ଦେଇଛନ୍ତି।
ଏହାବ୍ୟତୀତ ସ୍ନେହାଶିଷଙ୍କ ସ୍ତ୍ରୀ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ମିଡିଆ ରିପୋର୍ଟ ଅନୁଯାୟୀ ସ୍ନେହାଶିଷଙ୍କ ଶ୍ୱଶୁର ଏବଂ ଶାଶୁ ଗତ ସପ୍ତାହରେ କରୋନାରେ ସଂକ୍ରମିତ ହୋଇଥିଲେ।
ତେବେ ସ୍ନେହାଶିଷଙ୍କ ପରିବାର ସଦସ୍ୟ ସୌରଭଙ୍ଗ ଗାଙ୍ଗୁଲିଙ୍କ ପରିବାରଠୁ ଅଲଗା ରୁହନ୍ତି। କରୋନାରେ ଆକ୍ରାନ୍ତ ହେବା ପରେ ସ୍ନେହାଶିଷ ଏବଂ ତାଙ୍କ ସ୍ତ୍ରୀଙ୍କୁ ଏକ ଘରୋଇ ନର୍ସିଂ ହୋମ ତଥା କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।