ଶ୍ରୀନଗର: ଶନିବାର ଜମ୍ମୁ-କଶ୍ମୀରର ଶ୍ରୀନଗରସ୍ଥିତ କରନ୍ ନଗରଠାରେ ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ୬ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। କରନ୍ ନଗରର କାକାସରାଇ ଅଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି।
ସୁରକ୍ଷାକର୍ମୀମାନେ ନାକା ଡ୍ୟୁଟିରେ ଥିବା ସମୟରେ ଆତଙ୍କବାଦୀମାନେ ଏଭଳି ଟାର୍ଗେଟ୍ କରିଛନ୍ତି। କରନ୍ନଗର ପୁଲିସ୍ ଷ୍ଟେସନ୍ ନିକଟରେ ଏଭଳି ଗ୍ରେନେଡ୍ ମାଡ଼ ହେବାପରେ ଗୁଳି ବିନିମୟ ହୋଇଥିଲା। ସନ୍ଧ୍ୟା ୬.୫୦ ସମୟରେ ଏହି ଘଟଣା ଘଟିଛି।
ଏହି ଅଞ୍ଚଳକୁ ବର୍ତ୍ତମାନ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ ଜାରି ରହିଛି।
ଏହି ଘଟଣା ସେତେବେଳେ ଘଟିଛି ଯାହାର ୪ ଦିନ ପରେ ଜମ୍ମୁ-କଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ ହେବାକୁ ଯାଉଛି। ଆସନ୍ତା ଅକ୍ଟୋବର ୩୧ ତାରିଖରେ ଏହା ବିଧିବଦ୍ଧ ଭାବେ କେନ୍ଦ୍ର ଶାସିତ ଅଞ୍ଚଳ ମାନ୍ୟତା ପାଇବ। ଏଥିପାଇଁ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଉପ ରାଜ୍ୟାପଳ ଦାୟିତ୍ୱ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE
ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀ ସିବିଏସ୍ଇ ବୋର୍ଡ ପରୀକ୍ଷା 2025 ଫେବୃଆରୀ 15ରୁ ଆରମ୍ଭ ହେବ। ସିବିଏସ୍ଇ ଏହାର ଆଧିକାରୀକ ୱେବସାଇଟ୍ 'cbse.gov.in'ରେ ପରୀକ୍ଷା ସୂଚୀ ପ୍ରକାଶ କରିଛି।
National
୬,୬୦୦ କୋଟିର ବିଟକଏନ ସ୍କାମ: FIR ରୁଜୁ କରି ତଦନ୍ତ ଆରମ୍ଭ କଲା ସିବିଆଇ
୬,୬୦୦ କୋଟି ଟଙ୍କାର ବିଟକଏନ ଠକେଇ ମାମଲାର ମାଷ୍ଟରମାଇଣ୍ଡ ହେଉଛନ୍ତି ଅମିତ ଭରଦ୍ୱାଜ ଓ ଅଜୟ ଭରଦ୍ୱାଜ। ସିବିଆଇ ଏହି ଦୁଇ ଜଣଙ୍କ ନାଁ ଏଫଆଇଆରରେ ଉଲ୍ଲେଖ କରିଛି। ହୃଦଘାତରେ ଅମିତ ପ୍ରାଣ ହରାଇ ସାରିଥିବା ବେଳେ ଅଜୟ ଏବେ ଫେରାର ରହିଛନ୍ତି।
Politics
ଝାରଖଣ୍ଡ ଏକଜିଟ ପୋଲ: ଆକ୍ସିସ ମାଇଁ ଇଣ୍ଡିଆକୁ ଛାଡ଼ି ଆଉ ସମସ୍ତେ କହିଲେ ବିଜେପି ଜିତିବ
ଝାରଖଣ୍ଡର ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।
Politics
ମହାରାଷ୍ଟ୍ରରେ ବିଗିଡ଼ିଲା ଖେଳ, ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କଲେ ସିନ୍ଦେ ପରିବାର
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେ ଓ ତାଙ୍କ ଝିଅ ପ୍ରଣୀତି ସିନ୍ଦେ। ବିଗିଡ଼ିଲା ମହାବିକାଶ ଅଘାଡ଼ି ଗଣିତ।
Politics
ସରିଲା ଭୋଟ: ଆସିଲା ଏକଜିଟ ପୋଲ୍
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।