ନୂଆଦିଲ୍ଲୀ: ବୁଧବାର ଏଚ୍ଆରଡି ମନ୍ତ୍ରଣାଳୟର ଅଧିକାରୀମାନଙ୍କୁ ଭେଟିଥିବା ଜେଏନ୍ୟୁ କୁଳପତି ଏମ୍ ଜଗଦୀଶ କୁମାର ଆଜି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଶ୍ୱବିଦ୍ୟାଳୟକୁ ଅସ୍ଥାୟୀ ଭାବେ ବନ୍ଦ କରିବାର କୌଣସି ପ୍ରସ୍ତାବ ନାହିଁ। ସ୍ଥିତି ସ୍ୱାଭାବିକ କରିବା ପାଇଁ ପ୍ରୟାସ କରାଯାଉଛି।
ସେ ଆଜି କହିଛନ୍ତି, “ଆଜି ମୁଁ ଏଚ୍ଆରଡି ମନ୍ତ୍ରଣାଳୟ ସହ ବୈଠକ କଲି। ଆମେ ସ୍ପଷ୍ଟ କରିଦେଇଛୁ ହଜାର ହଜାର ଛାତ୍ରଛାତ୍ରୀ ପାଠପଢ଼ା ଆରମ୍ଭ କରିବାକୁ ଚାହୁଁଛନ୍ତି। ଆମେ ସେହି ସବୁ ଛାତ୍ରଙ୍କ ସମର୍ଥନରେ ଅଛୁ। ଆମେ ଲ୍ୟାବ୍ରେ ଗବେଷଣା ଜାରି ରଖିବାକୁ ଚାହୁଁଥିବା ଅଧ୍ୟାପକମାନଙ୍କ ସମର୍ଥନରେ ଅଛୁ।”
ସେ ଆହୁରି ମଧ୍ୟ କହିଛନ୍ତି, ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର କୌଣସି ଯୋଜନା ନାହିଁ। ଆମେ ଚାହୁଁଛୁ ଶିକ୍ଷାଦାନ ଜାରି ରହୁ। ମୁଁ ଜାଣିନି କେଉଁଠାରୁ ଆସୁଛି ଜାଣିନି। ଅନ୍ୟପକ୍ଷରେ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ସମାନ ମତ ପୋଷଣ କରାଯାଇଛି। ଏଭଳି କୌଣସି ପ୍ରସ୍ତାବ ଆସିନଥିବା ଜଣେ ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହିଟ୍ ଆଣ୍ଡ ରନ୍: ବିଏମ୍ଡବ୍ଲୁ ଧକ୍କାରେ ଚାଲିଗଲା ସାମ୍ବାଦିକଙ୍କ ଜୀବନ
ବାଇକ୍ରେ ଯାଉଥିବା ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ଦ୍ରୁତ ଗତିରେ ଆସି ଏକ ବିଏମ୍ଡବ୍ଲୁ କାର୍ ପଛପଟୁ ଧକ୍କା ଦେଇଥିଲା। ଫଳରେ ୧୦୦ ମିଟର ଦୂରକୁ ସେ ଛିଟିକି ପଡିଥିଲେ।
National
ବିଟ୍କଏନ୍ ଘୋଟାଲା: ଅଜିତ ପାଓ୍ୱାର୍ କହିଲେ- ଅଡିଓ କ୍ଲିପ୍ରେ ରହିଛି ଭଉଣୀର ଭଏସ୍
ପୁଣେର ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ ଏନସିପି ନେତା ସୁପ୍ରିୟା ସୁଲେ ଏବଂ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେଙ୍କୁ ବିଟକଏନ୍ ଅପବ୍ୟବହାର କରିଥିବା ଏବଂ ୨୦୧୮ରେ ବିଧାନସଭା ନିର୍ବାଚନରେ ସେହି ଟଙ୍କା ବ୍ୟବହାର କରିଥିବା ଅଭିଯୋଗ କରିଛନ୍ତି।
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।