କାଇରୋ: ସୋମବାର ସୁଦାନ ରାଜଧାନୀରେ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ ହୋଇଥିବା ସୂଚନା ମିଳିଛି। ସୁଦାନର ରାଜଧାନୀ ଖାର୍ଟୌମ୍ଠାରେ ହୋଇଥିବା ଏକ ବିସ୍ଫୋରଣରେ ଆବଦଲ୍ଲା ହାମଡୋକ୍ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଆବଦଲ୍ଲାଙ୍କ ପରିବାର ଏହି ବିଷୟରେ ସୂଚନା ଦେଇଛନ୍ତି। ତାଙ୍କ ଗାଡ଼ିକୁ ଲକ୍ଷ୍ୟ କରି ଏହି ବିସ୍ଫୋରଣ ହୋଇଥିଲା।
ଗତ ଅଗଷ୍ଟ ମାସରେ ହିଁ ଆବଦଲ୍ଲା ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିଲେ। ଗଣତନ୍ତ୍ର ସମର୍ଥନରେ ଆନ୍ଦୋଳନ ପରେ ସେନା ଏକଚ୍ଛତ୍ରବାଦୀ ଶାସକ ଓମାର ଅଲ ବଶିରକୁ ହଟାଇବାରୁ ଆବଦଲ୍ଲାଙ୍କୁ ଏହି ଦାୟିତ୍ୱ ମିଳିଥିଲା। ଗତବର୍ଷ ଏପ୍ରିଲ ମାସରେ ସୁଦାନ ରାଜନୀତିରେ ଏଭଳି ପରିବର୍ତ୍ତନ ହୋଇଥିଲା।
ସେନା ଜେନେରାଲ ମାନେ ଏପର୍ଯ୍ୟନ୍ତ ସମାନ୍ତରାଳ କ୍ଷମତା ଉପଭୋଗ କରୁଛନ୍ତି। ସେମାନେ ଗଣତାନ୍ତ୍ରିକ ଶାସକଙ୍କୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କ୍ଷମତା ହସ୍ତାନ୍ତର କରିନାହାନ୍ତି। ହାମଡୌକ୍ ପୂର୍ବରୁ କହିସାରିଛନ୍ତି, ୨୦୦୦ ମସିହା ବେଳକୁ ଲାଗି ରହିଥିବା ଗଣହତ୍ୟାର ବିଚାର ଅନ୍ତର୍ଜାତୀୟ ଅପରାଧିକ କୋର୍ଟରେ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
National
ନକଲି ଡାକ୍ତରଙ୍କ ମେଳି: ଭବ୍ୟ ଉଦଘାଟନର ଦିନକ ପରେ ସିଲ୍ ହେଲା ହସ୍ପିଟାଲ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
Guest Column
ସ୍ୱାଧୀନତାର ୭୫ ବର୍ଷ ପରେ ନୂଆ ଚିନ୍ତନର ଆବଶ୍ୟକତା
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ ଗତ ନିର୍ବାଚନରେ ରାଜ୍ୟରେ ଗୋଟିଏ ଆଞ୍ଚଳିକ ଦଳ କ୍ଷମତାସୀନ ଥିଲେ ମଧ୍ୟ ତାହା ବିରୋଧରେ ଓଡ଼ିଆ ଅସ୍ମିତାର ସ୍ଳୋଗାନ ଦିଆଯାଇ ସେହି ଦଳକୁ କ୍ଷମତାଚ୍ୟୁତ କରାଗଲା।