ସଂଶୋଧିତ ଏସସି/ଏସଟି ଆଇନ ବିରୋଧରେ ଆବେଦନ ଖାରଜ
ନୂଆଦିଲ୍ଲୀ: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ନିର୍ଯାତନା ନିବାରଣ) ସଂଶୋଧନ ଆଇନ ୨୦୧୮କୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଏହାଦ୍ୱାରା କେନ୍ଦ୍ର ସରକାର ଦ୍ୱାରା ପ୍ରସ୍ତୁତ ହୋଇଥିବା ସଂଶୋଧିତ ଆଇନ କାଏମ ରହିଛି। ଜଷ୍ଟିସ ଅରୁଣ ମିଶ୍ରା, ଜଷ୍ଟିସ ବୀନିତ ଶରଣ ଏବଂ ଜଷ୍ଟିସ ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠ ଏହି ଆବେଦନର ରାୟ ୨-୧ରେ ଶୁଣାଇଛନ୍ତି।
Supreme Court upholds the constitutional validity of SC/ST (Prevention of Atrocities) Amendment Act, 2018 that ruled out any provision for anticipatory bail for a person accused of atrocities against SC/STs. pic.twitter.com/C2LMBwZiO8
— ANI (@ANI) February 10, 2020
ଏବେ ଏସସି/ଏସଟି ଆଇନ ଆଧାରରେ ଯେଉଁ ବ୍ୟକ୍ତି ବିରୋଧରେ ଅଭିଯୋଗ ଆସିବ ସିଏ ଶୀଘ୍ର ଗିରଫ ହେବେ। ତାଙ୍କୁ ଅଗ୍ରୀମ ଜାମିନ ମିଳିବ ନାହିଁ। ୨୦୧୮ରେ ମୋଦି ସରକାର ଏସସି/ଏସଟି ଆଇନରେ ଏହି ନିୟମ କରିଥିଲେ। ହେଲେ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।