ଭୁବନେଶ୍ୱର/ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଓ ହାଇକୋର୍ଟ ବିଚାରପତି ନିଯୁକ୍ତ ଲାଗି ଗଠିତ ନ୍ୟାସନାଲ୍ ଜୁଡିସିଆଲ୍ ଆପଏଣ୍ଟମେଣ୍ଟସ କମିଶନ ବା ଏନଜେଏସିକୁ ସୁପ୍ରିମକୋର୍ଟ ଅସାମ୍ୱିଧାନିକ କହିବା ପରେ ଏହାକୁ ନେଇ ଭିନ୍ନଭିନ୍ନ ପ୍ରତିକ୍ରିୟା ପ୍ରକାଶ ପାଇଛି। ନ୍ୟାୟପାଳିକାରେ ସ୍ୱଚ୍ଛତା ଆଣିବା ଲାଗି ସୁପ୍ରିମକୋର୍ଟ ନିଜେ କଲେଜିୟମ ବ୍ୟବସ୍ଥାର ସମୀକ୍ଷା କରିପାରିଥା’ନ୍ତେ। ଏ ନେଇ କୋର୍ଟଙ୍କ ନିକଟରେ ସୁଯୋଗ ମଧ୍ୟ ଥିଲା। ତେବେ ସେତେବେଳେ କୋର୍ଟ ଏହାକୁ ହାତ ଛଡା କରିଥିଲେ। ତେଣୁ ସଂସଦ ଏନଜେଏସି ଗଠନ ଲାଗି ବାଧ୍ୟ ହୋଇଥିଲା ବୋଲି ମତ ଦେଇଛନ୍ତି ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଏ.କେ. ପଟ୍ଟନାୟକ। ତେବେ ଏନଜେଏସିରେ ଥିବା ବ୍ୟବସ୍ଥା ସିଧାସଳଖ ନ୍ୟାୟପାଳିକାର ସ୍ୱାଧୀନତାରେ ହସ୍ତକ୍ଷେପ କରୁଥିବା ସେ କହିଛନ୍ତି। ଅନ୍ୟପକ୍ଷରେ ବରିଷ୍ଠ ଆଇନଜୀବୀ ରାମ ଜେଠମାଲିନୀ ସୁପ୍ରିମକୋର୍ଟଙ୍କ ରାୟକୁ ସ୍ୱାଗତ କରିଛନ୍ତି। ସୁପ୍ରିମକୋର୍ଟ ସମ୍ୱିଧାନର ଗାରିମା ବଜାୟ ରଖିଥିବା ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।