ପାଟନା: ବିହାର ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ବିଜେପି ନେତା ତଥା ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି। ଦିବଂଗତ କେନ୍ଦ୍ରମନ୍ତ୍ରୀ ତଥା ଏଲଜେପି ନେତା ରାମବିଳାଶ ପାଶଓ୍ୱାନଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ନିକଟରେ ନିର୍ବାଚନ କମିଶନ ଉପନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ।
ସୁଶୀଲ ମୋଦି ଏନଡିଏ ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି। ସୁଶୀଲ ପ୍ରାର୍ଥୀପତ୍ର ଦାଖଲ କରିବା ବେଳେ ପାଖରେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ଉପସ୍ଥିତ ଥିଲେ। ରାଜ୍ୟରେ ଏନଡିଏ ପାଖରେ ଅଧିକ ଆସନ ଥିବାରୁ ସୁଶୀଲ ମୋଦି ରାଜ୍ୟସଭାକୁ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଡିସେମ୍ୱର ୧୪ରେ ଏହି ଆସନ ପାଇଁ ଉପନିର୍ବାଚନ ହେବ। ତେବେ ଆରଜେଡି, କଂଗ୍ରେସ ପ୍ରାର୍ଥୀ ଦେବ କି ନାହିଁ ଜଣାପଡ଼ିନି। ସେହିପରି ଏଲଜେପି ପାଖରେ ମାତ୍ର ଗୋଟିଏ ବିଧାୟକ ଆସନ ରହିଛି ତେଣୁ ସେ ପ୍ରାର୍ଥୀ ଦେଲେ ମଧ୍ୟ ଜିତିବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।