ନୂଆଦିଲ୍ଲୀ: କେନ୍ଦ୍ର ପୂର୍ବରୁ କରୋନା ମୁକାବିଲା ପାଇଁ ଲକଡାଉନ ଅବଧି ବୃଦ୍ଧି କରିବା ରାଜ୍ୟଗୁଡ଼ିକରେ ତାମିଲନାଡୁ ଯୋଡ଼ି ହୋଇଯାଇଛି। ଦେଶର ୭ମ ରାଜ୍ୟ ଭାବେ ତାମିଲନାଡୁ ଲକଡାଉନ ଅବଧିକୁ ଏପ୍ରିଏ ୩୦ ଯାଏ ବୃଦ୍ଧି କରିଛି।
ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ଲକଡାଉନ ଅବଧି ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି, କରୋନା ମୁକାବିଲା ପାଇଁ ଲକଡାଉନକୁ ବୃଦ୍ଧି କରାଯାଇଛି। ଏହା ଏପ୍ରିଲ ୩୦ ଯାଏ ସଂପୂର୍ଣ୍ଣ ଭାବେ କଡ଼ାକଡ଼ି ପାଳନ ହେବ। ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ ସହ ଆଲୋଚନା କରାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି।
ତେଣୁ ଲୋକମାନଙ୍କୁ ଏଥିରେ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସରକାର ଲକଡାଉନ ଅବଧିକୁ ୩୦ ଏପ୍ରିଲ ଯାଏ ବୃଦ୍ଧି କରିଥିଲେ। ଏହାପରେ ପଞ୍ଜାବ, କର୍ଣ୍ଣାଟକା, ରାଜସ୍ଥାନ, ପଶ୍ଚିମବଙ୍ଗ ଓ ତେଲେଙ୍ଗାନା ମଧ୍ୟ ସମାନ ନୀତି ଆପଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।