ଘଣ୍ଟାକୁ ୯ କି.ମି ବେଗରେ ମାଡ଼ି ଆସୁଛି ‘ତଉକେତ’, ୧୮ରେ କରିବ ଲ୍ୟାଣ୍ଡଫଲ୍‌

ନୂଆଦିଲ୍ଲୀ: ଆରବ ମହାସାଗରରେ ସୃଷ୍ଟି  ସାମୁଦ୍ରିକ ଝଡ଼ ‘ତଉକେତ’  ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହୋଇ ଘଣ୍ଟା ପ୍ରତି ୯ କିଲୋମିଟର ବେଗରେ ଗତି କରୁଛି । ବର୍ତ୍ତମାନ ଏହି ବାତ୍ୟା ଗୋଆର ପାଣାଜୀଠାରୁ ୧୫୦ କିଲୋମିଟର, ମୁମ୍ବାଇ ଉପକୂଳରୁ ୪୯୦ କିଲୋମିଟର ଏବଂ ଗୁଜରାଟର ବୀରବଲ ଉପକୂଳରୁ ୭୩୦ କିଲୋମିଟର ଦୂରରେ ରହିଛି। ଆସନ୍ତା ୧୮ ତାରିଖ ସକାଳେ ଏହା ଗୁଜରାଟର ପୋରବନ୍ଦର ଓ ନଲିୟା ମଝିରେ ଲ୍ୟାଣ୍ଡଫଲ୍ କରିବ । ସେତେବେଳେ ଘଣ୍ଟାପ୍ରତି […]

cyclon-strome-tauket

cyclon-strome-tauket

Niharika Rout
  • Published: Sunday, 16 May 2021
  • Updated: 17 May 2021, 05:16 PM IST

Sports

Latest News

ନୂଆଦିଲ୍ଲୀ: ଆରବ ମହାସାଗରରେ ସୃଷ୍ଟି  ସାମୁଦ୍ରିକ ଝଡ଼ ‘ତଉକେତ’  ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହୋଇ ଘଣ୍ଟା ପ୍ରତି ୯ କିଲୋମିଟର ବେଗରେ ଗତି କରୁଛି । ବର୍ତ୍ତମାନ ଏହି ବାତ୍ୟା ଗୋଆର ପାଣାଜୀଠାରୁ ୧୫୦ କିଲୋମିଟର, ମୁମ୍ବାଇ ଉପକୂଳରୁ ୪୯୦ କିଲୋମିଟର ଏବଂ ଗୁଜରାଟର ବୀରବଲ ଉପକୂଳରୁ ୭୩୦ କିଲୋମିଟର ଦୂରରେ ରହିଛି।

ଆସନ୍ତା ୧୮ ତାରିଖ ସକାଳେ ଏହା ଗୁଜରାଟର ପୋରବନ୍ଦର ଓ ନଲିୟା ମଝିରେ ଲ୍ୟାଣ୍ଡଫଲ୍ କରିବ । ସେତେବେଳେ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରାଯାଉଛି । ‘ତଉକେତ’ ପ୍ରଭାବରେ ଲାକ୍ଷାଦୀପ ଦୀପପୁଂଜ ଅଂଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି  ।

ଗତ ୨୪ ଘଣ୍ଟା ମଧ୍ୟରେ କେରଳ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି  । ଅନେକ ଗାଁରେ ପାଣି ପଶିଯାଇଛି  । ଆଜି ଏବଂ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି  । ଏହାସହ କର୍ଣ୍ଣାଟକ, କୋଙ୍କଣ, ଗୋଆ, ଗୁଜରାଟ ଏବଂ ପଶ୍ଚିମ ରାଜସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  ।

ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ତଟବର୍ତ୍ତୀ ଅଞ୍ଚଳ ଓ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ କୁହାଯାଇଥିବା ବେଳେ, ୫ଟି ରାଜ୍ୟରେ ୫୩ଟି ଏନଡିଆରଏଫ୍‌ ଟିମ୍ ମୁତୟନ କରାଯାଇଛି  । କେବଳ ଗୁଜରାଟରେ ୧୫ଟି ଏନଡିଆରଏଫ୍‌ ଟିମ୍ ରହିବ ।

ସେଥିପାଇଁ ଭୁବନେଶ୍ୱରରୁ ୫ଟି NDRF ଟିମ୍‌ର ୧୨୫ ଜଣ ଯବାନ ଗତକାଲି ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଜକୋଟ୍ ଯାଇଛନ୍ତି । ଭଲସାଡ଼ ଓ ଜାମନଗର ଆଦି ଅଞ୍ଚଳରେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବାର ଆଶଙ୍କା ଥିବାରୁ କୋଭିଡ୍ ହସ୍ପିଟାଲଗୁଡ଼ିକୁ ବିକଳ୍ପ ବ୍ୟବସ୍ଥା କରିବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ତଥା ଏଜେନ୍ସିମାନଙ୍କ ସହିତ ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ  ଆଲୋଚନା କରିଥିଲେ ।

ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ (ଏମଏଚଏ) ପକ୍ଷରୁ ଘୂର୍ଣ୍ଣିବାତ୍ୟା “ତାଉକେତେ”ର ଗତି ଉପରେ ନଜର ରଖାଯାଇଛି । ଜାତୀୟ ବିପର୍ଯ୍ୟୟ ମୁକାବିଲା ବାହିନୀ (ଏନଡିଆରଏଫ) ପକ୍ଷରୁ ଇତି ମଧ୍ୟରେ ସଂପୃକ୍ତ ଛଅଟି ତଟୀୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୨ଟି ଦଳଙ୍କୁ ଆଗୁଆ ମୁତୟନ କରାଯାଇଛି  । ଏହା ବ୍ୟତୀତ ଅନ୍ୟ ୨୬ଟି ଦଳଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ଭାରତୀୟ ତଟରକ୍ଷୀ ବାହିନୀ ଏବଂ ନୌସେନା ପକ୍ଷରୁ ରିଲିଫ, ଖୋଜା ଏବଂ ଉଦ୍ଧାର କାର୍ଯ୍ୟ ନିମନ୍ତେ ଜାହାଜ ଏବଂ ହେଲିକପ୍ଟରକୁ ପ୍ରସ୍ତୁତ ରଖାଯାଇଛି । ସେହିଭଳି ବାୟୁସେନା ଏବଂ ସ୍ଥଳସେନାର ଇଂଜିନିୟର ଟାସ୍କ ଫୋର୍ସ ୟୁନିଟକୁ ବୋଟ୍‍, ଉଦ୍ଧାରକାରୀ ସରଞ୍ଜାମ ସହିତ ପ୍ରସ୍ତୁତ ରଖାଯାଇଛି ଏବଂ ଆବଶ୍ୟକ ସ୍ଥଳେ ସେମାନଙ୍କୁ ତୁରନ୍ତ ମୁତୟନ କରାଯାଇପାରିବ । ଅପର ପକ୍ଷରେ ପଶ୍ଚିମ ତଟରେ ସାତଟି ଜାହାଜକୁ ମାନବୀୟ ସହାୟତା ଏବଂ ବିପର୍ଯ୍ୟୟ ରିଲିଫ ୟୁନିଟ ଭାବେ ପ୍ରସ୍ତୁତ ରଖାଯାଇଛି । ପଶ୍ଚିମ ତଟ ସାରା ସର୍ଭେଲାନ୍ସ ବିମାନ ଏବଂ ହେଲିକପ୍ଟର  ପହରା ଦେଉଛନ୍ତି । ଏହା ବ୍ୟତୀତ ପଶ୍ଚିମ ଉପକୂଳର ତ୍ରିଭେନ୍ଦ୍ରମ୍‍, କନ୍ନୁର ଏବଂ ଅନ୍ୟାନ୍ୟ ସ୍ଥାନରେ ବିପର୍ଯ୍ୟୟ ରିଲିଫ ଦଳ (ଡିଆରଟି) ତଥା ମେଡ଼ିକାଲ ଟିମ୍‍ (ଏମଟି)ଙ୍କୁ  ପ୍ରସ୍ତୁତ ରଖାଯାଇଥିବା ଜଣାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story