ନୂଆଦିଲ୍ଲୀ: ଟ୍ରେନ୍ରେ ଦିଆଯାଉଥିବା ଚା’ ଓ କଫିର ମୂଲ୍ୟ ୭ ଟଙ୍କାରୁ ୧୦ ଟଙ୍କାକୁ ବୃଦ୍ଧି କରିଛି ଭାରତୀୟ ରେଳବାଇ। ଟ୍ରେନ୍ରେ ଦିଆଯାଉଥିବା ମିଲ୍ସର ମେନୁ ଓ ଟାରିଫକୁ (tariff) ସମୀକ୍ଷା କରିବା ପରେ ଆଇଆରସିଟିସି (IRCTC) ଏହି ମୂଲ୍ୟ ବୃଦ୍ଧି କରିଛି।
ରେଲୱେ ବୋର୍ଡ ପକ୍ଷରୁ ଜାରି ହୋଇଥିବା ସର୍କ୍ୟୁଲାରରେ ଉଲ୍ଲେଖ କରାଯାଇଛି ଯେ, ଚା’ ଓ କଫିର ମୂଲ୍ୟ ସଂଶୋଧିତ ହୋଇ ୧୦ ଟଙ୍କା କରାଯାଇଛି। କିନ୍ତୁ, ଷ୍ଟାଣ୍ଡାର୍ଡ ଚା ( ଡିପ୍ ଡିପ୍ ଚା' ନୁହେଁ) ୫ ଟଙ୍କାରେ ମିଳିବ। ସେହି ଅନୁସାରେ ଲାଇସେନ୍ସର ଦର ପରିବର୍ତ୍ତନ କରି ସଂଶୋଧିତ ଦର୍ ଲାଗୁ କରିବାକୁ ବୋର୍ଡ କହିଛି ।
ପ୍ରାୟ ୩୫୦ ଟ୍ରେନରେ ଆଇଆରସିଟିସିର ପ୍ୟାନଟ୍ରି କାର୍ ରହିଛି। ରାଜଧାନୀ ଓ ଶତାବ୍ଦୀ ଏକ୍ସପ୍ରେସ ଟ୍ରେନରେ ଖାଦ୍ୟ ପ୍ୟାକେଟ୍ ପ୍ରିପେଡ୍ ଥିବାରୁ ତାହାର ମୂଲ୍ୟ ପରିବର୍ତ୍ତନ କରାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।