ବିଶାଖାପାଟଣା: ତେଲେଙ୍ଗାନାର ସୁର୍ଯ୍ୟପେଟ ଜିଲ୍ଲାରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜିଲ୍ଲାର ମୁନାଗାଲା ନିକଟ ଜାତୀୟ ରାଜପଥ ଉପରେ ଏକ ଟ୍ରକ୍ ଓ ଟ୍ରାକ୍ଟର ମଧ୍ୟରେ ମୁଁହାମୁହିଁ ଧକ୍କା ହେବା ଫଳରେ ଏକ ଛୋଟ ଛୁଆ ସହ ୫ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାଯାଇଛି, ଟ୍ରାକ୍ଟରରେ ପ୍ରାୟ ୩୦ ଜଣ ମୁନାଗାଲା ଉପକଣ୍ଠରେ ଥିବା ଆୟାପ୍ପା ସ୍ୱାମୀ ମନ୍ଦିରରେ ପୂଜାର୍ଚ୍ଚନା କରି ଘରକୁ ଫେରୁଥିଲେ । ଟ୍ରାକ୍ଟରଟି ହାଇଦ୍ରାବାଦ-ବିଜୟୱାଡା ରାଷ୍ଟ୍ରୀୟ ଜନମାର୍ଗରେ ଭୁଲ୍ ରାସ୍ତାରେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ଟି ଟ୍ରାକ୍ଟରକୁ ଧକ୍କା ଦେଇ କିଛି ବାଟ ଘୋଷାଡ଼ି ନେଇଥିଲା।
ଟ୍ରାକ୍ଟରରେ ଯାତ୍ରା କରୁଥିବା ସମସ୍ତ ବ୍ୟକ୍ତି ଛିଟିକି ଏଣେତେଣେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଲୋକଙ୍କ ଆର୍ତ୍ତ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ପୁଲିସ୍କୁ ଫୋନ୍ କରିଥିଲେ। ଏହାପରେ ୨୦ ଆହତଙ୍କୁ ତୁରନ୍ତ ମେଡିକାଲ ପଠାଯାଇଥିଲା। ଏ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।