ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। କୁପୱାଡ଼ା ଜିଲ୍ଲାର କେରନ୍ସେରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। କେରନ୍ସେରରେ ଆତଙ୍କବାଦୀମାନେ ସୀମା ପାର ହେଉଥିବା ବେଳେ ସୁରକ୍ଷାକର୍ମୀଙ୍କ ସହ ସେମାନଙ୍କର ଗୁଳିବିନିମୟ ହୋଇଥିଲା। ସୀମାରେ ଅନୁପ୍ରବେଶ କରୁଥିବା ବେଳେ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଯବାନମାନେ ନିର୍ଦ୍ଦେଶ ଦେଇଥିଲେ। ତେବେ ଆତଙ୍କବାଦୀମାନେ ଗୁଳିମାଡ଼ କରିଥିଲେ। ଏହାର କଡ଼ା ଜବାବ ଦେଇଥିଲେ ସୁରକ୍ଷାକର୍ମୀ। ଘଟଣା ପରେ କୁପୱାଡ଼ା ଜିଲ୍ଲାରେ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି। ଜିଲ୍ଲାର ବିଭିନ୍ନ ପ୍ରବେଶ ପଥକୁ ସିଲ୍ କରି ଯାଞ୍ଚ କରାଯାଉଛି।
ଗତ ଦୁଇ ଦିନ ତଳେ ମଧ୍ୟ କେରନ୍ ସେରରେ ସେନା ଉପରକୁ ଆତଙ୍କବାଦୀ ଗ୍ରେନେଡ ମାଡ଼ କରିଥିଲେ। ରମାଜାନ୍ ମାସ ଥିବାରୁ ସେନାକୁ ଗୁଳିମାଡ଼ ଉପରେ କଟକଣା ଜାରି କରାଯାଇଛି। ତେବେ ନିଜ ଆତ୍ମରକ୍ଷା ପାଇଁ ସେନା ପାଲଟା ଜବାବ ଦେଇ ପାରିବ ବୋଲି ନିର୍ଦ୍ଦେଶ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।