ନୂଆଦିଲ୍ଲୀ: ଆମେରିକା ଟେକ୍ସାସ୍ର ଏକ ଚର୍ଚ୍ଚରେ ପୁଣି ଭୟଙ୍କର ଗୁଳିକାଣ୍ଡ। ପ୍ରାର୍ଥନା ଲାଗି ଲୋକେ ଚର୍ଚ୍ଚକୁ ଆସିଥିବା ବେଳ ଜଣେ ଆତତାୟୀ ସେମାନଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଛି । ଏଥିରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି। ୨୦ରୁ ଅଧିକ ଆହତ ହୋଇଛନ୍ତି। ଟେକ୍ସାସ୍ ଗଭର୍ଣ୍ଣର କହିଛନ୍ତି, ରାଜ୍ୟରେ ଆଗରୁ ଏପରି କେବେ ଗୁଳିକାଣ୍ଡ ହୋଇ ନ ଥିଲା। ଏଫବିଆଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା କୌଣସି ଆତଙ୍କବାଦୀ କର୍ଯ୍ୟକଳାପ କି ନୁହେଁ, ସେ ଦିଗରେ ମଧ୍ୟ ଯାଞ୍ଚ କରାଯାଉଛି ।
ରିପୋର୍ଟ ଅନୁସାରେ ଚର୍ଚ୍ଚରେ ପ୍ରାର୍ଥନା ଲାଗି ପ୍ରାୟ ୫୦ ଜଣ ଏକାଠି ହୋଇଥିଲେ। ଏହି ସମୟରେ ବନ୍ଧୁକଧାରୀ ଜଣକ ସେଠାକୁ ଆସିଥିଲା ଏବଂ କେହି ସତର୍କ ହେବା ପୂର୍ବରୁ ଆଖିବୁଜା ଗୁଳି ଚାଳନା କରିଥିଲା। ଏବେ ଜାପାନ ଗସ୍ତରେ ଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ସଂପର୍କୀୟଙ୍କୁ ସମବେଦନା ଜଣାଇଛନ୍ତି। ପ୍ରାୟ ମାସେ ତଳେ ଭେଗାସରେ ଏକ ମ୍ୟୁଜିକ କନସର୍ଟରେ ଏପରି ଆଖିବୁଜା ଗୁଳି ଚାଳନା ହେବାରୁ ୫୮ ଜଣ ଲୋକଙ୍କ ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।