ନୂଆଦିଲ୍ଲୀ: ପଞ୍ଜାବ, ଗୋଆ, ଓ ଗୁଜୁରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ଦଳୀୟ ନେତା ଓ ମନ୍ତ୍ରୀଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦାୟିତ୍ୱ ଦେଇଛନ୍ତି।
କେଜ୍ରିୱାଲ ଦିଲ୍ଲୀ ଫେରିବା ପରେ ଆଜି ତାଙ୍କ ବାସଭବନରେ ବରିଷ୍ଠ ନେତାଙ୍କ ସହ ଏକ ବୈଠକ କରିଥିଲେ। ବୈଠକରେ ଏହି ତିନି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ହୋଇଥିଲା। କେଜ୍ରିୱାଲ ନିଜେ ପଞ୍ଜାବର ବିଧାନସଭା ନିର୍ବାଚନ ଦାୟିତ୍ୱ ନେଇଛନ୍ତି। ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କୁ ଗୋଆ ନିର୍ବାଚନର ପ୍ରଚାର ଦାୟିତ୍ୱ ଦିଆଯାଇଛି। ଆଶୁତୋଷ ଗୁପ୍ତା ଓ କପିଲ ମିଶ୍ରାଙ୍କୁ ଗୁଜରାଟର ଦାୟିତ୍ୱ ଦିଆଯାଇଛି।
ପୂର୍ବରୁ ସଞ୍ଜୟ ସିଂହଙ୍କୁ ପଞ୍ଜାବ ଓ ପଙ୍କଜ ଗୁପ୍ତାଙ୍କୁ ଗୋଆର ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇସାରିଛି। ଏହା ସହ କିଛି ବିଧାୟକଙ୍କୁ ସହପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି। ଏହି ନେତାମାନଙ୍କୁ ପ୍ରତିମାସରେ ୧୦ ଦିନରୁ ଅଧିକ ସେମାନଙ୍କ ଦାୟିତ୍ୱରେ ଥିବା ରାଜ୍ୟରେ ରହିବାକୁ କେଜ୍ରିୱାଲ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।