ବେଜିଂ: ଚୀନର ବନ୍ଦର ସହର ତିଆନଜିନରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ବିସ୍ଫୋରଣରେ ମୃତକଙ୍କ ସଂଖ୍ୟା ୧୧୨କୁ ବୃଦ୍ଧି ପାଇଛି। ୫ଶହରୁ ଅଧିକ ଲୋକଙ୍କ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଆଜି ଯାଏଁ ୯୫ ଲୋକଙ୍କ ସନ୍ଧାନ ମିଳୁନାହିଁ। ଘଟଣାସ୍ଥଳରେ ଥିବା ୨,୫୦୦ ଯାନବାହାନ ପୋଡି ପାଉଁଶ ହୋଇଯାଇଛି।
ବନ୍ଦର ନିକଟରେ ଥିବା ଏକ ଗୋଦାମ ଘରେ ହୋଇଥିଲା ଏହି ବିସ୍ଫୋରଣ। ଗୋଦାମ ଘରେ ବିସ୍ଫୋରକ ଓ ଦହନଶୀଳ ସାମଗ୍ରୀ ରହିଥିଲା। ପ୍ରଥମେ ଗୋଦାମ ଘରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା। ପରେ ପରେ ଦୁଇଟି ବଡ଼ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ନିଆଁ ହୁଳା ଗୋଦାମ ଘରର ପାଖରେ ଥିବା ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପଡ଼ିଥିଲା। ବିସ୍ଫୋରଣ ପରେ ଗୋଦାମ ଘର ଆଖପାଖ ଅଞ୍ଚଳରୁ ପ୍ରାୟ ୧୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା। ବିସ୍ଫୋରଣ ପରେ ଉଠିଥିବା ଧୂଆଁ ଓ ନିଆଁ ସହରର ବହୁ ଦୂର ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। କିଛି ସମୟ ପର୍ଯ୍ୟନ୍ତ ପୂରା ସହରର ଉପରେ ଏକ ଧୂଆଁର ବଳୟ ସୃଷ୍ଟି ହୋଇଯାଇଥିଲା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।