କୋଲକାତା: ମହାମାରୀ କରୋନା ଭାଇରସ ଆଜି ଆଉ ଜଣେ ବିଧାୟକଙ୍କ ମୁଣ୍ଡ ନେଇଛି। ପଶ୍ଚିମବଙ୍ଗରେ କ୍ଷମତାସୀନ ତୃଣମୂଳ କଂଗ୍ରେସର ବିଧାୟକ ସମରେଶ ଦାସ ଏହି ମହାମାରୀରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।
ଜୁଲାଇ ୧୮ରେ ଶ୍ରୀ ଦାସ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ପ୍ରଥମେ ଗୋଟିଏ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଜୁଲାଇ ୨୫ରେ ଶ୍ରୀ ଦାସଙ୍କୁ ସଲଟ ଲେକ୍ ଠାରେ ଥିବା ଏକ ଘରୋଇ ହସ୍ପିଟାଲାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଆଜି ସେ କରୋନା ସହ ଲଢ଼େଇ କରି ହାରି ଯାଇଛନ୍ତି।
ଏହାପୂର୍ବରୁ ଜୁନ ମାସରେ ଟିଏମସି ବିଧାୟକ ତଥା ଦଳର କୋଷାଧ୍ୟକ୍ଷ ତମୋନାଶ ଘୋଷ ଏହି ମହାମାରୀ କବଳରେ ପଡ଼ି ପ୍ରାଣ ହରାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।