ଚେନ୍ନାଇ: କରୋନାର ହଟସ୍ପଟରେ ତାମିଲନାଡୁର ରାଜଧାନୀ ଚେନ୍ନାଇ। ବିଗତ ୨୪ ଘଣ୍ଟାରେ ତାମିଲନାଡୁରେ ୧,୯୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୧,୪୧୫ ଜଣ ଚେନ୍ନାଇର। ଏଯାବତ ରାଜ୍ୟରେ ଚିହ୍ନଟ ହୋଇଥିବା ୪୪,୬୬୧ ଆକ୍ରାନ୍ତଙ୍କ ମଧ୍ୟରୁ ଚେନ୍ନାଇରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୯୬ ରହିଛି। ଯାହାକି ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି।
ସେହିପରି ମୃତକଙ୍କ ସଂଖ୍ୟା ମିଶାଇଲେ ମୋଟ୍ ମୃତ୍ୟୁ ସଂଖ୍ୟା ୪୩୫ ହୋଇଛି। ତେବେ ଏହି ୨୪ ଘଣ୍ଟାରେ ୧,୧୩୮ ଜଣ ଆକ୍ରାନ୍ତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ନୂଆ ଡିସଚାର୍ଜ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ମୋଟ୍ ଆରୋଗ୍ୟ ସଂଖ୍ୟା ୧୯,୬୭୬ ହୋଇଛି। ତେବେ ୧୨ ବର୍ଷ ମଧ୍ୟରେ ଥିବା ଛୋଟ ଛୁଆ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୭୦ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।