ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀକୁ ପୁଣି କବଳିତ କଲା ପ୍ରଦୂଷଣ। ଆଜି ସକାଳେ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ଧୂଆଁ ଓ ଧୂଳିର ବହଳ ଆସ୍ତରଣ ଦେଖିବାକୁ ମିଳିଛି। ଧୂଆଁ ଯୋଗୁଁ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ସୃଷ୍ଟି ହେଉଛି। ଦିଲ୍ଲୀ-ଏନସିଆରର ପ୍ରଦୂଷଣ ସ୍ତର ୬ଗୁଣ ବଢ଼ିଯାଇଛି। ଧୂଆଁ ଯୋଗୁଁ ଦିଲ୍ଲୀରେ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲକୁ ଛୁଟି କରି ଦିଆଯାଇଛି। ଦିଲ୍ଲୀ ସମେତ ଗାଜିଆବାଦରେ ମଧ୍ୟ ସ୍କୁଲ ଗୁଡ଼କୁ ଛୁଟି କରି ଦିଆଯାଇଛି।
ଧୂଆଁ ଯୋଗୁଁ ଯାତାୟତରେ ଅସୁବିଧା ସୃଷ୍ଟି ହୋଇଛି। ୫୩ଟି ଟ୍ରେନ୍ ବିଳମ୍ବରେ ଚାଲିଛନ୍ତି। ୫ଟି ଟ୍ରେନର ସମୟ ପରିବର୍ତ୍ତନ କରାଯାଇଥିଲା ବେଳେ ଗୋଟିଏ ଟ୍ରେନ୍କୁ ବାତିଲ କରି ଦିଆଯାଇଛି।
ଦିଲ୍ଲୀ ସରକାର ଶିଶୁ, ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା,ଶ୍ୱାସ ରୋଗୀ ଓ ହୃଦ୍ ରୋଗରେ ପୀଡିତ ଲୋକଙ୍କୁ ସ୍ୱାସ୍ଥ୍ୟର ଯତ୍ନ ନେବାକୁ ପରାମର୍ଶ ଦେଇଛନ୍ତି। କାରଣ ପ୍ରଦୂଷିତ ବାୟୁ ମଣ୍ଡଳରେ ସେମାନେ ଅଧିକ ପ୍ରଭାବିତ ହେବାର ଅଧିକ ଆଶଙ୍କା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।