୨୪ରେ ଭାରତ ଆସିବେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ ଚଳିତ ମାସ ୨୪ ଓ ୨୫ ତାରିଖରେ ଭାରତ ଆସିବେ। ଏନେଇ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଗସ୍ତବେଳେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିବେ। ଟ୍ରମ୍ପଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କ ଓ ସହଭାଗିତା ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଇଛି। ଟ୍ରମ୍ପଙ୍କ ଗସ୍ତ ନେଇ ଜାନୁଆରି ୧୬ରେ […]

trump

Niharika Rout
  • Published: Tuesday, 11 February 2020
  • , Updated: 11 February 2020, 08:14 AM IST

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ ଚଳିତ ମାସ ୨୪ ଓ ୨୫ ତାରିଖରେ ଭାରତ ଆସିବେ। ଏନେଇ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଗସ୍ତବେଳେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିବେ।

ଟ୍ରମ୍ପଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କ ଓ ସହଭାଗିତା ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଇଛି। ଟ୍ରମ୍ପଙ୍କ ଗସ୍ତ ନେଇ ଜାନୁଆରି ୧୬ରେ କୂଟନୈତିକ ଆଲୋଚନା ହୋଇଥିଲା । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏବଂ ଆମେରିକା ପ୍ରତିପକ୍ଷ ଏନେଇ ଆଲୋଚନା କରିଥିଲେ । ଗତ ସେପ୍ଟେମ୍ବରରେ ଟେକ୍ସାସରେ ହାଓଡ଼ି ମୋଦି ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଆମେ।ରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କରିଥିଲେ।

Related story