ନୂଆଦିଲ୍ଲୀ: ଦିଲ୍ଲୀର ଦିଶ୍ଶାଦ୍ ଗାର୍ଡେନ୍ର ବିବେକ ବିହାର ଅଞ୍ଚଳରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏଥିରେ ଦୁଇ ଜଣ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପ୍ରଭୋଜତ ଓ ରୁବଲ୍। ସେହିଭଳି ଏହି ଘଟଣାରେ ଆହତ ଦୁଇ ଯୁବକ ହେଉଛନ୍ତି କେଶବ ଓ ଅଶପ୍ରୀତ୍। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ପୁଲିସ୍ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଏ ଚାରି ଯୁବକ-ଯୁବତୀ ଏକ ହୋଣ୍ଡା ସିଟି କାର୍ରେ ଦିଲ୍ଶାଦ୍ ଗାର୍ଡେନ୍ରୁ ଆନନ୍ଦ ବିହାର ଅଭିମୁଖେ ଯାଉଥିଲେ। ତେବେ ସୂର୍ଯ୍ୟ ନଗର ଟ୍ରାଫିକ୍ ପାଖରେ କାର୍ଟି ଭାରସାମ୍ୟ ହରାଇ ଏକ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଦୁଇ ଯୁବତୀଙ୍କର ମୃତ୍ୟୁ ହୋଇଯାଇଥିଲା।
ଦ୍ରୁତଗତିରେ ଯାଉଥିବା ଯୋଗୁ କାର୍ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ନା ଆଉ କିଛି ଘଟିଥିଲା, ତାହା ସ୍ପଷ୍ଟ ହୋଇନି। ପୁଲିସ୍ ଏନେଇ ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଶୁକ୍ରବାର ଦିନ ଉତ୍ତର ପ୍ରଦେଶର ପିଲିଭିତ୍ରେ ବରେଲୀ ହାଇୱେରେ ଏକ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।