ଶ୍ରୀନଗର: ଶ୍ରୀନଗର-ଜାମ୍ମୁ ଜାତୀୟ ରାଜପଥ ପାମପୋର ନିକଟରେ ସିଆରପିଏଫ ଯବାନଙ୍କ ଏକ ଗାଡି ଉପରେ ଶନିବାର ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୨ ଜଣ ଯବାନ ପ୍ରାଣ ହରାଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ରୁ ଅଧିକଙ୍କ ଅବସ୍ଥା ଶଙ୍କଟାପର୍ଣ୍ଣ ରହିଛି।
ଆତଙ୍କବାଦୀମାନେ ନିକଟରେ ଥିବା ଏଣ୍ଟରପ୍ରିନ୍ୟୁୟରସିପ୍ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ୍(ଇଡିଆଇ) ଭିତରକୁ ପଶି କିଛି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକାଇଥିଲେ। ଖବର ପାଇ ସିଆରପିଏଫ୍ ଓ ସ୍ଥାନୀୟ ପୋଲିସ ମିଳିତ ଅପରେସନ କରି ଇଡିଆଇରେ ଥିବା ସାଧାରଣ ଲୋକଙ୍କୁ ଉଦ୍ଧାର କରିଥିଲେ। ୩ ରୁ ୪ ଜଣ ଆତଙ୍କୀ ଏହି ହାମଲା କରିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତି ଆତଙ୍କବାଦୀଙ୍କ ସମ୍ବନ୍ଧରେ ସବିଶେଷ ତଥ୍ୟ ହସ୍ତହତ ହୋଇପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।