ଶ୍ରୀନଗର: ଜମ୍ମୁ କଶ୍ମୀରର ପୁଲଓ୍ୱାମାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବାବେଳେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ସର୍ଚ୍ଚ ଅପରେସନ ଚାଲିଥିବା ସୂଚନା ରହିଛି।
ଉଲ୍ଲେଖଯୋଗ୍ୟ ଯେ, ପୁଲଓ୍ୱାମାର ଡଲିପୋରାର ଗୋଟିଏ ଘର ଭିତରେ ଦୁଇ ଆତଙ୍କବାଦୀ ଲୁଚି ରହିଥିଲେ। ସୁରକ୍ଷାକର୍ମୀ ଏ ନେଇ ସୂଚନା ପାଇବା ପରେ ସଂପୃକ୍ତ ଅଞ୍ଚଳକୁ ଘେରିଯାଇଥିଲେ। ପରେ ସେନା ଉପରକୁ ଗୁଳି ଚଳାଇଥିଲେ ଆତଙ୍କବାଦୀ। ଏହାପରେ ସେନା ପକ୍ଷରୁ ମଧ୍ୟ ଆତଙ୍କବାଦୀଙ୍କ ଉପରକୁ ଗୁଳି ଚଳାଯାଇଥିଲା। ଏଥିରେ ତିନି ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିବା ସୂଚନା ରହିଛି। ଏଥିସହ ୨ ଜଣ ଯବାନ ଓ ଜଣେ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ରହିଛି।
ସିଆରପିଏଫ, ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ମିଳିତ ଭାବରେ ସଂପୃକ୍ତ ଅଞ୍ଚଳକୁ ଘେରି ଯାଇ ସର୍ଚ୍ଚ ଅପରେସନ ଚଳାଇଥିବା ଜଣାପଡ଼ିଛି। ଏଥିସହ ମୋବାଇଲ୍ ଇଣ୍ଟରନେଟ୍ ସେବା ଉପରେ ସାମୟିକ ଭାବେ ରୋକ ଲଗାଯାଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମନମୋହନଙ୍କ ପାଇଁ ସ୍ମାରକସ୍ଥଳ ମାଗିଲା କଂଗ୍ରେସ, ବର୍ଷିଲେ ପ୍ରଣବଙ୍କ ଝିଅ
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଦେଶ ପ୍ରତି ମନମୋହନଙ୍କ ଯୋଗଦାନକୁ ସମ୍ମାନିତ କରିବା ପାଇଁ ଭିନ୍ନ ରୂପେ ଏକ ସ୍ମାରକ ସ୍ଥଳ ତିଆରି କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
National
ଅଟଳ ଟନେଲରେ ଫସିଲେ ଶହ ଶହ ପର୍ଯ୍ୟଟକ, ପ୍ରବଳ ଜାମ
ଅଟଳ ଟନେଲ ଓ ସୋଲାଙ୍ଗ ଘାଟି ମଧ୍ୟରେ ପ୍ରାୟ ୧୨୦୦ ଗାଡି ଫସି ରହିଛି।
National
ଶନିବାର ସକାଳେ କଂଗ୍ରେସ ଭବନରୁ ବାହାରିବ ଅନ୍ତିମ ଯାତ୍ରା, ନିଗମବୋଧ ଘାଟରେ ଶେଷକୃତ୍ୟ
ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ମୋଦି ସରକାରଙ୍କ କ୍ୟାବିନେଟରେ ପାରିତ ହେଲା ଶୋକ ପ୍ରସ୍ତାବ।
National
ସ୍ୱାସ୍ଥ୍ୟରେ ଉନ୍ନତି ପରେ ମେଡିକାଲରୁ ଡିସଚାର୍ଜ ହେଲେ ଆଡଭାନୀ
ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।