ମାଙ୍ଗାଲୁରୁ: କର୍ଣ୍ଣାଟକାର ଉଡ଼ୁପି ଜିଲ୍ଲାର ଏକ ପାହାଡ଼ି ଅଞ୍ଚଳରେ ଏକ ବସ୍ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୨୭ ଜଣ ଆହତ ହୋଇଛନ୍ତି। କୁହାଯାଉଛି ଚାଳକ ଜଣକ ଏକ ବୁଲାଣିରେ ଭାରସାମ୍ୟ ହରାଇବାରୁ ଏଭଳି ହୋଇଛି।
ଶନିବାର ସନ୍ଧ୍ୟା ୫.୪୫ ବେଳକୁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଉଡ଼ୁପି ଏସ୍ପି ଏନ୍ ବିଷ୍ଣୁବର୍ଦ୍ଧନ କହିବା ଅନୁଯାୟୀ, ବସ୍ଟି ଶ୍ରୀଙ୍ଗେରୀରୁ ମାଲା ଯାଉଥିଲା। ଶ୍ରୀ ବିଷ୍ଣୁବର୍ଦ୍ଧନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିଥିବା ଜଣାଇଛନ୍ତି।
ମହୀଶୂର ପୁଲିସ୍ ନିଶ୍ଚିତ କରିଛି, ଏହି ବସ୍ରେ ଥିବା ଯାତ୍ରୀମାନେ ଭାଇଟାଲ ରେକର୍ଡସ୍ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର। ଘଟଣାସ୍ଥଳରେ ହିଁ ଜଣେ ପୁରୁଷ ଏବଂ ୩ ଜଣ ମହିଳା କର୍ମଚାରୀଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟମାନଙ୍କର ପରେ ମୃତ୍ୟୁ ହୋଇଛି। କୁହାଯାଉଛି ଏହି ଦୁର୍ଘଟଣାରେ ଡ୍ରାଇଭର ଏବଂ କ୍ଲିନରଙ୍କ ମଧ୍ୟ ମୃତ୍ୟୁ ହୋଇଛି। ଏହି ଯାତ୍ରୀମାନେ ଉଡ଼ୁପି, ହୋର୍ଣାଡୁ ଏବଂ କୁଡ୍ରେମୁଖ୍ ନାମକ ସ୍ଥାନକୁ ବୁଲିବାକୁ ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଆଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
National
ଭୋଟ୍ ଦେଉଛି ମହାରାଷ୍ଟ୍ର, ମୈଦାନରେ ୪,୧୩୬ ପ୍ରାର୍ଥୀ
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।