୨୯ରୁ ସଂସଦର ବଜେଟ ଅଧିବେଶନ, ୧ରେ ପୂର୍ଣ୍ଣାଙ୍ଗ ବଜେଟ

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୨୯ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଅଧିବେଶନର ପ୍ରଥମ ଦିନ ଅର୍ଥାତ ଜାନୁଆରୀ ୨୯ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ସଦନକୁ ସମ୍ବୋଧନ କରିବେ। ସେହିପରି ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଗୃହରେ ଉପସ୍ଥାପନ କରିବେ। କରୋନା ମାଡ଼ରେ ଦେଶର ଅର୍ଥନୀତି ଦୋହଲି ଯାଇଥିବା ବେଳେ ବଜେଟରେ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ସରକାର କ’ଣ ସବୁ ବ୍ୟବସ୍ଥା କରୁଛନ୍ତି, […]

e

e

Hemant Lenka
  • Published: Tuesday, 05 January 2021
  • Updated: 05 January 2021, 05:17 PM IST

Sports

Latest News

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୨୯ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଅଧିବେଶନର ପ୍ରଥମ ଦିନ ଅର୍ଥାତ ଜାନୁଆରୀ ୨୯ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ସଦନକୁ ସମ୍ବୋଧନ କରିବେ। ସେହିପରି ଫେବୃଆରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଗୃହରେ ଉପସ୍ଥାପନ କରିବେ।

କରୋନା ମାଡ଼ରେ ଦେଶର ଅର୍ଥନୀତି ଦୋହଲି ଯାଇଥିବା ବେଳେ ବଜେଟରେ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ସରକାର କ’ଣ ସବୁ ବ୍ୟବସ୍ଥା କରୁଛନ୍ତି, ତା’ ଉପରେ ସମସ୍ତଙ୍କ ନଜର ରହିଛି।

୨୦୨୦ରେ ସରକାର କରୋନାକୁ ଦୃଷ୍ଟିରେ ରଖି ମୌସୁମୀ ଅଧିବେଶନକୁ ଅଧାରୁ ବନ୍ଦ କରିଥିଲେ। ସେହିପରି ଶୀତ ଅଧିବେଶନକୁ ସରକାର ଆଦୌ ଡାକି ନଥିଲେ। ଏବେ ଜାନୁଆରୀ ୨୯ରୁ ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନରେ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ଲକ୍ଷ୍ୟ ରଖିଛନ୍ତି।

ଚଳିତ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୨୯ରୁ ଆରମ୍ଭ ହୋଇ ଫେବୃଆରୀ ୧୫ ଯାଏ ଚାଲିବ। ଏହାପରେ ମାର୍ଚ୍ଚ ୮ରୁ ଏପ୍ରିଲ ୮ ଯାଏ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଅନୁଷ୍ଠିତ ହେବ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos