ନୂଆଦିଲ୍ଲୀ: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ପରେ ଆଜି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମହାମାରୀ କରୋନାରୁ ସୁସ୍ଥ ହୋଇଛନ୍ତି। ସେ ଅଗଷ୍ଟ ୮ରେ କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଥିବା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମୁଁ ଆଜି କୋଭିଡ-୧୯ରୁ ସୁସ୍ଥ ହୋଇ ଏମ୍ସରୁ ଡିସଚାର୍ଜ ହୋଇଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ କିଛି ଦିନ ହୋମ ଆଇସୋଲେସନରେ ରହିବି। ମୁଁ ଏମ୍ସର ଡାକ୍ତର, ନର୍ସ ଓ ପୂରା ଟିମକୁ ଧନ୍ୟବାଦ ଜଣାଉଛି। ଆପଣମାନେ ସମସ୍ତେ ମୋ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିବାରୁ ମୁଁ ସମସ୍ତ ପାଖରେ ଋଣୀ।
ଅନ୍ୟପକ୍ଷରେ କେନ୍ଦ୍ର କୃଷି ରାଜ୍ୟ ମନ୍ତ୍ରୀ କୈଳାଶ ଚନ୍ଦ୍ର ଚୌଧୁରୀ ଓ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ ଏଯାଏ ସୁସ୍ଥ ହୋଇନାହାନ୍ତି। ଧର୍ମେନ୍ଦ୍ର ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।