କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ୍‌ଙ୍କୁ କରୋନା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଛି। ସେହିପରି କେନ୍ଦ୍ର କୃଷି ରାଜ୍ୟ ମନ୍ତ୍ରୀ କୈଳାଶ ଚନ୍ଦ୍ର ଚୌଧୁରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଯୋଧପୁରର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍‌ ରହିଛି। ଏନେଇ ଇଣ୍ଡିଆ ଟୁ ଡେ’ରେ ଖବର ପ୍ରକାଶ ପାଇଛି। ମାତ୍ର ଦୁଇ କେନ୍ଦ୍ରମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡଲ‌ରେ କୌଣସି ଟ୍ୱିଟ୍‌ କରି ନାହାନ୍ତି। ପୂର୍ବରୁ […]

ram

ram

Manoranjan Sial
  • Published: Saturday, 08 August 2020
  • Updated: 08 August 2020, 09:53 PM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଛି। ସେହିପରି କେନ୍ଦ୍ର କୃଷି ରାଜ୍ୟ ମନ୍ତ୍ରୀ କୈଳାଶ ଚନ୍ଦ୍ର ଚୌଧୁରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଯୋଧପୁରର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍‌ ରହିଛି। ଏନେଇ ଇଣ୍ଡିଆ ଟୁ ଡେ’ରେ ଖବର ପ୍ରକାଶ ପାଇଛି। ମାତ୍ର ଦୁଇ କେନ୍ଦ୍ରମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡଲ‌ରେ କୌଣସି ଟ୍ୱିଟ୍‌ କରି ନାହାନ୍ତି।

ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏବେ ସେମାନେ ସେଠାରେ ଚିକିତ୍ସିତ ହେଉଛନ୍ତି।

ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବ ରାଜସିଂହ ଚୌହ୍ୱାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା, କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସୀତାରମାୟାଙ୍କ ସମେତ ମହାରାଷ୍ଟ୍ର ସରକାରରେ ଅନେକ ନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos