ନୂଆଦିଲ୍ଲୀ:ଉତ୍ତରାଖଣ୍ଡର ଅନେକ ଅଞ୍ଚଳରେ ଆଜି ଠାରୁ ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ପ୍ରଦାନ କରିଛି। ରାଜ୍ୟରେ୧୫୦ ମିଲିମିଟିର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାରେ ହାଇ ଆଲର୍ଟ ଜାରି କରାଯାଇଛି। ନୈନିତାଲ୍ ଜିଲ୍ଲାର ନଦୀକୂଳିଆରେ ରହୁଥିବା ୧୫୦ଟି ପରିବାରକୁ ପ୍ରଶାସନ ତରଫରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନୋଟିସ୍ ପ୍ରଦାନ କରାଯାଇଛି। ସୋମବାର ସବୁ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପଟେ ଚାରିଧାମ ଯାତ୍ରାର ରାସ୍ତାରେ ଆଲର୍ଟ ଜାରି କରାଯାଇଛି।
ସେହିପରି ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଦିଆଯାଇଛି। ପାଣିପାଗ ବିଭାଗ ୬ରୁ ୯ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି। ପାଣିପାଗ ବିଭାଗର ଚେତାବନୀ ପରେ ସାରା ରାଜ୍ୟରେ ଆଲର୍ଟ ଜାରି କରାଯାଇଛି। ରାଜ୍ୟ ସରକାରଙ୍କ ତରଫରୁ ବନ୍ୟା ପରିସ୍ଥିତି ମୁକାବିଲା କରିବା ପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଥିବା ମୁଖମନ୍ତ୍ରୀ ବୀରଭଦ୍ର ସିଂ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।