ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର):ପୁରୀ-ହରିଦ୍ୱାର ଏକ୍ସପ୍ରେସ୍ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିଛନ୍ତି। ରେଳ ବିଭାଗ ସହ ସମନ୍ୱୟ ରଖିବାକୁ ମୁଖ୍ୟମନ୍ତ୍ରୀ ବାଣିଜ୍ୟ ଓ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅାହତମାନଙ୍କ ଚିକିତ୍ସା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଦୁର୍ଘଟଣାରେ କେହି ଓଡ଼ିଆ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲେ ୫ ଲକ୍ଷ ଏବଂ ଆହତ ଯାତ୍ରୀଙ୍କୁ ୫୦ ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରେଳମନ୍ତ୍ରୀ ସୁରେଶ ପ୍ରଭୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଡ୍ୟୁଟି ଖିଲାପୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି। ଘଟଣା ସ୍ଥଳକୁ ଯାଇଛନ୍ତି ରେଳ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନା।