ନୂଆଦିଲ୍ଲୀ: ମାତା ବୈଷ୍ଣୋଦେବୀଙ୍କ ଦର୍ଶନ ବାଧାପ୍ରାପ୍ତ ହୋଇଛି। ତ୍ରିକୁଟା ଜଙ୍ଗଲରେ ଭୀଷଣ ଅଗ୍ନିକାଣ୍ଡ ଯୋଗୁଁ ଯାତ୍ରାକୁ ସ୍ଥାନୀୟ ପ୍ରଶାସନ ବନ୍ଦ ରଖିଛି। ବୈଷ୍ଣୋଦେବୀଙ୍କୁ ପ୍ରତିଦିନ ପ୍ରାୟ ୩୫ ହଜାର ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି। ତ୍ରିକୁଟା ଜଙ୍ଗଲରେ ନିଆଁ ଲାଗିଥିବା ଯୋଗୁଁ ରାସ୍ତାରେ ପ୍ରାୟ ୧୦ ହଜାର ଶ୍ରଦ୍ଧାଳୁ ଅଟକି ରହିଛନ୍ତି।
ସୂଚନା ଅନୁଯାୟୀ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ କାଟରା ବେସ୍ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ କିଛି ଯାତ୍ରୀଙ୍କୁ ହିମକୋଟି ମାର୍ଗକୁ ସ୍ଥାନାନ୍ତର କରାଯାଇଛି। ଜଙ୍ଗଲରେ ଲାଗିଥିବା ନିଆଁକୁ ଲିଭାଇବାକୁ ସେନାର ହେଲିକପ୍ଟରର ସହାୟତା ନିଆଯାଉଛି। ହେଲିକପ୍ଟରରେ ଉପରୁ ଜଙ୍ଗଲରେ ପାଣି ପକାଯାଉଛି। ନିଆଁ ଲିଭାଇବାକୁ ସିଆରପିଏଫ୍ର ପ୍ରାୟ ୨୦୦ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ଯାତ୍ରୀଙ୍କ ସୁରକ୍ଷା ଲାଗି ବୈଷ୍ଣୌଦେବୀ ମନ୍ଦିର ଟ୍ରଷ୍ଟ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।