ଉଦ୍ଧାର କାର୍ଯ୍ୟ ଶେଷ; ତଦନ୍ତ ରିପୋର୍ଟ ଦେବାକୁ ଯୋଗୀ ଦେଲେ ୪୮ ଘଣ୍ଟା ସମୟ

ଲକ୍ଷ୍ମୌ: ଉତ୍ତର ପ୍ରଦେଶ ବାରାଣସୀର କ୍ୟାଣ୍ଟେନମେଣ୍ଟ୍‌ ରେଲୱେ ଷ୍ଟେସନ ନିକଟରେ ନିର୍ମାଣାଧୀନ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଘଟଣାସ୍ଥଳରେ ଏନଡିଆରଏଫର ୫ଟି ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରନ୍ୱିତ କରିଥିଲେ। ରାତି ତମାମ ଉଦ୍ଧାର କାର୍ଯ୍ୟ ହୋଇଥିଲା। ଏହି ଘଟଣାରେ ମୋଟ ୧୮ଜଣଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହସ୍ପିଟାଲରେ ଆହତଙ୍କୁ ଭେଟିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ୪୮ଘଣ୍ଟା ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବା ଲାଗି […]

varanasi_bridge

Rakesh Mallick
  • Published: Wednesday, 16 May 2018
  • , Updated: 16 May 2018, 08:43 AM IST

ଲକ୍ଷ୍ମୌ: ଉତ୍ତର ପ୍ରଦେଶ ବାରାଣସୀର କ୍ୟାଣ୍ଟେନମେଣ୍ଟ୍‌ ରେଲୱେ ଷ୍ଟେସନ ନିକଟରେ ନିର୍ମାଣାଧୀନ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଘଟଣାସ୍ଥଳରେ ଏନଡିଆରଏଫର ୫ଟି ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରନ୍ୱିତ କରିଥିଲେ। ରାତି ତମାମ ଉଦ୍ଧାର କାର୍ଯ୍ୟ ହୋଇଥିଲା। ଏହି ଘଟଣାରେ ମୋଟ ୧୮ଜଣଙ୍କ ମୃତ୍ୟୁ ଘଟିଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହସ୍ପିଟାଲରେ ଆହତଙ୍କୁ ଭେଟିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ୪୮ଘଣ୍ଟା ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବା ଲାଗି ଏକ କମିଟି ଗଠନ କରାଯାଇଛି। ସେହିପରି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୫ଲକ୍ଷ ଏବଂ ଗୁରୁତର ଆହତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୨୦୧୫ ଅକ୍ଟୋବରରେ ଆରମ୍ଭ ହୋଇଥିବା ଏହି ସେତୁ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଥିଲା। ଉତ୍ତର ପ୍ରଦେଶ ସେତୁ ନିଗମ ଏହାର ନିର୍ମାଣ କରୁଥିବା ବେଳେ ଏହାର ଡିଜାଇନକୁ ନେଇ ପୂର୍ବରୁ ସନ୍ଦେହ ପ୍ରକାଶ ପାଇଥିଲା। ରାସ୍ତାରେ ଟ୍ରାଫିକ୍ ଅଟକା ନ ଯାଇ ୨୫ ଫୁଟର ସ୍ଲାବ୍ ପକାଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

 

Related story