ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଓ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଖୋଦ୍ ଉପରାଷ୍ଟ୍ରପତିଙ୍କ ଅଫିସିଆଇଲ ଟ୍ୱିଟର ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି।  ଟୁଇଟ୍ କରି ସୂଚନା ଦେଇଛନ୍ତି। ଏଥିରେ କୁହାଯାଇଛି ଯେ ମଙ୍ଗଳବାର ସକାଳେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କୋଭିଡ୍-୧୯ ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। ତାଙ୍କ ଶରୀରରେ କରୋନାରେ କୌଣସି ଲକ୍ଷଣ ନଥିଲା ଓ ଏବେ […]

vc

Hemant Lenka
  • Published: Tuesday, 29 September 2020
  • , Updated: 29 September 2020, 09:45 PM IST

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଓ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଖୋଦ୍ ଉପରାଷ୍ଟ୍ରପତିଙ୍କ ଅଫିସିଆଇଲ ଟ୍ୱିଟର ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି।  ଟୁଇଟ୍ କରି ସୂଚନା ଦେଇଛନ୍ତି।

ଏଥିରେ କୁହାଯାଇଛି ଯେ ମଙ୍ଗଳବାର ସକାଳେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କୋଭିଡ୍-୧୯ ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। ତାଙ୍କ ଶରୀରରେ କରୋନାରେ କୌଣସି ଲକ୍ଷଣ ନଥିଲା ଓ ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି।

ରିପୋର୍ଟ ପଜିଟିଭ୍ ଆସିବା ପରେ ନାଇଡୁଙ୍କୁ ହୋମ୍ କ୍ୱାରେଣ୍ଟିନରେ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ନାଇଡୁଙ୍କ ପତ୍ନୀ ଉଷା ନାଇଡୁଙ୍କୁ ରିପୋର୍ଟ ନେଗେଟିଭ୍ ଆସିଛି ଓ ସେ ସେଲଫ୍ ଆଇସୋଲେସନରେ ଅଛନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଦେଶର ସ୍ୱରାଷ୍ଟ୍ର ଅମିତ୍ ଶାହ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେ କରୋନାରୁ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।

Related story