ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ଭୂପେଶ ପାଣ୍ଡ୍ୟାଙ୍କ ପରଲୋକ ହୋଇଯାଇଛି। ବଲିଉଡର ସୁପରହିଟ୍ ଫିଲ୍ମ 'ଭିକି ଡୋନର'ରେ ଅଭିନୟ କରିଥିଲେ ଭୂପେଶ। ସେ ଫୁସ୍ଫୁସ୍ କ୍ୟାନସରରେ ଆକ୍ରାନ୍ତ ଥଲେ। ଆଜି ତାଙ୍କର ଦେହାନ୍ତ ହୋଇଛି। ନ୍ୟାଶନାଲ ସ୍କୁଲ୍ ଅଫ୍ ଡ୍ରାମା ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ସେ ଏନଏସଡିର ୨୦୦୧ ବ୍ୟାଚ୍ର ଛାତ୍ର ଥିଲେ।
https://twitter.com/nsd_india/status/1308734110387433476
ଭୂପେଶଙ୍କ ବିୟୋଗରେ ବଲିଉଡ କଳାକାର ମନୋଜ ବାଜପେୟୀ ଏବଂ ଗଜରାଜ ରାଓ ପ୍ରମୁଖ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି। ନିକଟରେ ଏହି ଦୁଇ ଅଭିନେତା ଭୂପେଶଙ୍କ ଚିକିତ୍ସା ପାଇଁ ଫଣ୍ଡ ଯୋଗାଡ କରୁଥିଲେ। ଭୂପେଶ କ୍ୟାନ୍ସର୍ର ଷ୍ଟେଜ୍ ଫୋର୍ରେ ଥିଲେ।
ଭୂପେଶ ଅନେକ ଓ୍ୱେବ୍ ସିରିଜରେ ମଧ୍ୟ କାମ କରିଥିଲେ।
https://twitter.com/BajpayeeManoj/status/1308742894438809600
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।