ନୂଆଦିଲ୍ଲୀ: ଇସ୍ତଫା ଦେଲେ ବିଶ୍ୱ ଭାରତୀ କୁଳପତି ସୁଶାନ୍ତ ଦତ୍ତାଗୁପ୍ତା। ପ୍ରଶାସନିକ ଓ ଆର୍ଥିକ ଅନିୟମିତତା ଅଭିଯୋଗ ଆସିବା ପରେ ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ନିକଟକୁ ଇ-ମେଲ୍ କରି ଦେଇଛନ୍ତି।
କେନ୍ଦ୍ର ମାନବ ସମ୍ବଳ ପକ୍ଷରୁ କୁହାଯାଇଛି ଯେ ସୁଶାନ୍ତ ଦତ୍ତାଗୁପ୍ତାଙ୍କ ଇସ୍ତଫାପତ୍ର ସଂପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ଅବଗତ କରାଯାଇଛି। ତେବେ ଲିଖିତ ଭାବେ ଇସ୍ତଫାପତ୍ର ଦେବାକୁ ତାଙ୍କୁ କୁହାଯାଇଛି। ଇ-ମେଲରେ ଇସ୍ତଫାପତ୍ର ଗ୍ରହଣୀୟ ନୁହେଁ।
ସୁଶାନ୍ତ ଦତ୍ତାଗୁପ୍ତାଙ୍କ ନାଁରେ ଅନିୟମିତତା ଅଭିଯୋଗ ଆସିବା ପରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କୁ କୁଳପତି ପଦରୁ ହଟାଇବା ପାଇଁ ଗତ ସପ୍ତାହରେ ରାଷ୍ଟ୍ରପତିଙ୍କୁ ସୁପାରିଶ କରାଯାଇଥିଲା। ତାଙ୍କୁ ବହିଷ୍କାର କରିବା ପାଇଁ ରାଷ୍ଟ୍ରପତି ସ୍ୱୀକୃତି ଦେଇଥିଲେ। ତେବେ ବହିଷ୍କାର କରିବା ପୂର୍ବରୁ ଆଇନଗତ ପରାମର୍ଶ ନେବାକୁ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।